32.9 C
Balāngīr
Saturday, July 12, 2025

ଟାୱାର ଖୁଣ୍ଟରୁ ଡେଇଁ ଆତ୍ମହତ୍ୟା କଲେ ଯୁବକ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଜପତି, (୦୩/୦୬) : ସେରଙ୍ଗ ଥାନା ଅନ୍ତର୍ଗତ ନୂଆଗଡ ଗାଁ ରେ ଜଣେ ଯୁବକଙ୍କ ଟାୱାର ଖୁଣ୍ଟ ରୁ ଡେଇଁ ଆତ୍ମହତ୍ୟା ।

ଯୁବକ ଜଣକ ନୂଆଗଡ ଗାଁ’ର କୈଳାଶ ସୁବୁଦ୍ଧି ଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣା ପଡିଛି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଯୁବକ ଜଣକ ଆଜି ସକାଳେ ଟାୱାର ଖୁଣ୍ଟ ଉପରକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସଙ୍ଗେ ସଙ୍ଗେ ନୂଆଗଡ ଅଗ୍ନୀସମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଟାୱାର ଖୁଣ୍ଟରୁ ଯୁବକଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରି ବିଫଳ ହୋଇଥିଲେ । ଗୁରୁତର ଅବସ୍ଥାରେ ନାରାୟଣଙ୍କୁ ଖଜୁରୀପଦା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ।ସେଠାରେ ଡାକ୍ତର ନାରାୟଣ ସୁବୁଦ୍ଧିଙ୍କୁ ମୃତ ଘୋଷଣା କରିଥିଲେ । ସେରଙ୍ଗ ପୋଲିସ ଶବ ଜବତକରି ବ୍ୟବଚ୍ଛେଦ ନିମନ୍ତେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣା ର ତଦନ୍ତ କରୁଛି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...