32.9 C
Balāngīr
Friday, April 25, 2025

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

Must read

ଖଲ୍ଲିକୋଟ, (୧୩/୦୪) : ଆପ୍ର. : ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ।

ଗଞ୍ଜାମ – ଖଲ୍ଲିକୋଟ ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ବରରେ ଦୁର୍ଘଟଣା ଘଟିଛି । ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛ ପଟେ ପିଟି ହୋଇଯାଇଥିଲା । ଦୁର୍ଘଟଣା ପରେ ବସ ଡ୍ରାଇଭର, କଣ୍ଡକ୍ଟର ଓ ହେଲପର ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରିଛି । ଘଟଣାର ତଦନ୍ତ ଜାରି ରହିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...