32.9 C
Balāngīr
Saturday, July 12, 2025

ଟ୍ରକ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ଆଶଙ୍କା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୩୧/୦୫) : ଟ୍ରକ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର । ଘଟଣାଟି ଘଟିଛି କେନ୍ଦୁଝର ଜିଲ୍ଲା ରୁଗୁଡ଼ି ଥାନା ବାରବାଙ୍କ ଘାଟି ରାସ୍ତାରୁ । ମୃତକ ହେଲେ ସୁରେନ୍ଦ୍ର ଚୌଧୁରୀ ।

ତାଙ୍କ ଘର ହେଉଛି ଝାଡ଼ଖଣ୍ଡ ଚତ୍ରା ଅଞ୍ଚଳରରେ । ଡ୍ରାଇଭର ସୁରେନ୍ଦ୍ର ଚୌଧୁରୀ ଯୋଡ଼ା ଅଞ୍ଚଳର ସୁନୀତା ଦେବୀଙ୍କ ଟ୍ରକରେ ଡ୍ରାଇଭର ଭାବରେ କାମ କରୁଥିଲେ । ଗୁରୁବାର (ଗତକାଲି) ସେ ଜିଲିଂ ଖଣିରୁ ଲୁହାପଥର ବୋଝେଇ କରି ରାଉରକେଲା ଅଭିମୁଖେ ଯାଉଥିଲେ । ତେବେ ଗନ୍ତବ୍ୟ ସ୍ଥଳକୁ ଯିବା ବେଳେ ବାରବାଙ୍କ ଘାଟିରେ ଡ୍ରାଇଭର ସୁରେନ୍ଦ୍ରରଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ଟ୍ରକଟି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ଷ୍ଟିୟରିଂ ଉପରେ ସେ ପଡ଼ିଥିବା ଦେଖିଥିଲେ ସ୍ଥାନୀୟ ଲୋକେ ।

ଏନେଇ ରୁଗୁଡ଼ି ଥାନା ପୁଲିସକୁ ଖବର ଦେଇଥିଲେ । ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଟ୍ରକରୁ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । କେମିତି ଓ କେଉଁ ପରିସ୍ଥିତିରେ ସୁରେନ୍ଦ୍ରଙ୍କର ମୃତ୍ୟୁ ହେଲା ? ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...