32.9 C
Balāngīr
Saturday, July 12, 2025

ଟ୍ରକ ପଛରେ ପିଟି ହେଲା ଯାତ୍ରୀବାହୀ ବସ, ୧୫ରୁ ଊର୍ଦ୍ଧ୍ବ ଆହତ

Must read

ଟାଙ୍ଗୀ, (୨୬/୦୬) : ଆପ୍ର. : ଟ୍ରକ ପଛରେ ପିଟି ହେଲା ଯାତ୍ରୀବାହୀ ବସ । ୧୫ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ । ଗତକାଲି ରାତିରେ ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବାଇପାସର ପଥର ବନ୍ଧ ନିକଟରେ ଏଭଳି ଦୁର୍ଘଟଣା ଘଟିଛି ।

ବସର ଆଗ ଭାଗ ଭାଙ୍ଗି ରୁଜି ଚୂରମାର ହୋଇ ଯାଇଛି । ଯାତ୍ରୀବାହୀ ବସଟି ଭୁବନେଶ୍ୱରରୁ ଦାମନ ଯୋଡି ଯାଉଥିବା ବେଳେ ପଥର ବନ୍ଧ ନିକଟରେ ଏକ ଟ୍ରକ ହଠାତ ବ୍ରେକ ମାରିବା ସହ ୟୁ ଟର୍ଣ ନେବାରୁ ବସ ଚାଳକ ଭାରସାମ୍ୟ ହରାଇବାରୁ ଟ୍ରକ ପଛରେ ପିଟି ହୋଇଥିଲା । ଖବରପାଇ ଟାଙ୍ଗୀ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀ ଓ ଚାଳକଙ୍କୁ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛି । ଦୁର୍ଘଟଣାସ୍ଥଳରୁ ଟ୍ରକ ଫେରାର ହୋଇଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...