32.9 C
Balāngīr
Wednesday, April 30, 2025

ଟ୍ରାକ୍ଟର ଚାପାରେ ମହିଳାଙ୍କ ମୃତ୍ୟୁ

Must read

ଲୋଇସିଂହା, (୨୦/୦୩) : ଆ.ପ୍ର. : ଟ୍ରାକ୍ଟର ଚାପାରେ ମହିଳା ମୃତ । ଲୋଇସିଂହା ଥାନା ଅନ୍ତର୍ଗତ କରକଚିଆ ନିକଟସ୍ଥ ମନସାପାଲି ଗାଁ’ରେ ଟ୍ରାକ୍ଟର ଚାପାରେ ମହିଳାଙ୍କ ଶୋଚନୀୟ ଭାବେ ମୃତ୍ୟୁ ହୋଇଥିବା ଜଣାଯାଇଛି ।

ମୃତା ମହିଳା ଜଣକ ହେଲେ ମନସାପାଲି ଗାଁ’ର କଲ୍ୟାଣୀ ଦୀପ । ସୂଚନା ଯୋଗ୍ୟ ଯେ, ଗତକାଲି ସନ୍ଧ୍ୟାରେ କରକଚିଆରୁ ଝାରମୁଣ୍ଡା ଗ୍ରାମକୁ ଏକ ନମ୍ବର ବିହୀନ ଟ୍ରାକ୍ଟରରେ ସିମେଣ୍ଟ ବୋଝେଇ ହୋଇଯାଉଥିବା ହେଳେ ମନସାପାଲି ଗାଁ’ରେ ଟ୍ରାକ୍ଟର ଇଞ୍ଜିନର ବାମପଟ ଚକ ଫାଟିଯାଇ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଘରକୁ ମାଡ଼ିଯାଇଥିଲା ଯାହା ଫଳରେ ଟ୍ରାକ୍ଟର ଚାପାରେ ଘରେ ଥିବା କଲ୍ୟାଣୀଙ୍କ ଘଟଣାସ୍ଥଳରେ ହିିଁ ମୃତ୍ୟୁ ହୋଇଯାଇଥିଲା । ତେବେ ପୋଲିସ ଟ୍ରାକ୍ଟରକୁ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...