ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୦୪/୦୬) : ପୁରୀ ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଛତ୍ରଗଡ଼ ଛକରେ ଆଜି ଭୋର ସମୟରେ ସଡ଼କ ଦୁର୍ଘଟଣା ଘଟିଛି ।
ଏକ ଟ୍ରାଭେରାକୁ ଆଇରନ ବୋଝେଇ ଟ୍ରକ ପଛପଟୁ ଧକ୍କା ଦେବାରୁ ଡ୍ରାଇଭର ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିନାହିଁ । ଆଜି ଭୋର ସମୟରେ ଏକ ଟ୍ରଭେରା ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ଏହି ସମୟରେ ଏକ ଆଇରନ ବୋଝେଇ ଟ୍ରକ ଆସି ଟ୍ରାଭେରାକୁ ପଛପଟୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଟ୍ରାଭେରା ଡ୍ରାଇଭର ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି । ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଟ୍ରାଭେରାରୁ୨ ଲକ୍ଷ ଟଙ୍କା ପୁଲିସ ଜବତ କରିଛି ଓ ଘଟଣାର ତଦନ୍ତ କରୁଛି । ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।