32.9 C
Balāngīr
Sunday, April 20, 2025

ଟ୍ରେନରେ କଟି ଯୁବକଙ୍କ ମୃତ୍ୟୁ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୨୩/୧୨) : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଡିହଡୋଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି ।

ରେଳ ଧାରାଣା ପାର ହେଉଥିବାବେଳେ ଟ୍ରେନରେ କଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତ ଯବକ ଜଣକ ହେଲେ ଡିହଡୋଳ ଗାଁର ଟୁକୁନ ସାହୁ । ଗତ କାଲି ସନ୍ଧ୍ୟାରେ ଟୁକୁନ ମାର୍କେଟ ଯିବାକୁ କହି ଘରୁ ବାହାରିକି ଯାଇଥିଲେ । ମାତ୍ର ଆଉ ସେ ଘରକୁ ଫେରି ନ ଥିଲେ । ଆଜି ସକାଳେ ଅନୁଗୁଳ-ଡୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେସନ ନିକଟସ୍ଥ ରେଳ ଧାରଣ ଉପରେ ଜଣେ ଯୁବକଙ୍କ ମୃତ ଦେହ ପଡ଼ିଥିବା ନେଇ ସ୍ଥାନୀୟ ଲୋକେ ଦେଖିଥିଲେ । ଏ ନେଇ ପରଜଙ୍ଗ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଁଚି ମୃତ ଦେହକୁ ଜବତ କରିଛି । ଟ୍ରେନରେ କଟି ତାଙ୍କର ଗଣ୍ଡିରୁ ମୁଣ୍ଡ ସମ୍ପୂର୍ଣ୍ଣ ଅଲଗା ହୋଇ ଯାଇଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣକ ଡିହଡୋଳ ଗାଁର ଟୁକୁନ ସାହୁ ବୋଲି ଚିହ୍ନଟ କରାଯାଇଛି । ତେବେ ଟୁକୁନଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପ୍ରାଥମିକ ତଦନ୍ତରୁ ଏହା ଦୁର୍ଘଟଣା ବୋଲି ସନ୍ଦେହ କରାଯାଉଛି । ପରଜଙ୍ଗ ପୋଲିସ ସାଇଣ୍ଟିଫିକ୍ ଟିମ୍ ସହିତ ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...