32.9 C
Balāngīr
Tuesday, July 15, 2025

ଟ୍ରେନ୍ ଉପରେ ଚଢ଼ି ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜିଅନ୍ତା ଜଳିଗଲେ ବ୍ଯକ୍ତି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ /
ରାୟଗଡ଼ା, (୨୨/୦୧) : ଟ୍ରେନ୍ ଉପରେ ଚଢ଼ି ଜିଅନ୍ତା ଜଳିଗଲେ ଜଣେ ବ୍ଯକ୍ତି। ଏଭଳି ଏକ ଅଭାବନୀୟ ଘଟଣା ରାୟଗଡ଼ା ରେଳ ଷ୍ଟେସନରେ ଦେଖିବାକୁ ମିଳିଛି ।

ରାୟଗଡ଼ା ରେଳ ଷ୍ଟେସନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବ୍ୟକ୍ତି ଚଢ଼ି ଯାଇ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି । ସୂଚନା ଅନୁଯାୟୀ ମୃତକ ହେଲେ ନୂଆପଡ଼ା ଜିଲ୍ଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା ଗ୍ରାମର ନରସିଂହ କାଣ୍ଡ (୬୪)। ମୃତକ ଜଣେ ମାନସିକ ରୋଗୀ ବୋଲି ଅନୁମାନ କରାଯାଉଛି । ଏ ନେଇ ଆର୍ପିଏଫ୍ ତରଫରୁ ତଦନ୍ତ ଜାରି ରହିଥିବା ସୂଚନା ମିଳିଛି । ମଙ୍ଗଳବାର ସକାଳେ ନରସିଂହ ସିକନ୍ଦରାବାଦରୁ ଟ୍ରେନ୍ ଯୋଗେ ଆସି ରାୟଗଡ଼ାରେ ପହଞ୍ଚିଥିଲେ । ପରେ ଷ୍ଟେସନ ପରିସରରେ ଉତ୍ପାତ ମଚାଇଥିଲେ ।

ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଚାନକ ସେ ଷ୍ଟେସନରେ ଛିଡା ହୋଇଥିବା ମାଲବାହୀ ଟ୍ରେନ ଉପରକୁ ଚଢ଼ିଯାଇ ବିଦ୍ୟୁତ ତାରକୁ ଦୁଇ ହାତରେ ଧରି ପକାଇଥିଲେ । ଫଳରେ ତତକ୍ଷଣାତ୍ ସେଠାରେ ସେ ଜଳିହୋଇ ଟଳି ପଡ଼ିଥିଲେ । ଏହାପରେ ରେଳ କର୍ମଚାରୀ ଓ ରେଲଓ୍ବେ ପୋଲିସ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...