32.9 C
Balāngīr
Saturday, April 26, 2025

ଟ୍ରେନ ଧକ୍କାରେ ଚାଲିଗଲା ମା’ର ଜୀବନ, ବଞ୍ଚିଗଲା ୪ ବର୍ଷର ଶିଶୁ

Must read

ଝାରସୁଗୁଡା, (୦୮/୦୪) : ଆପ୍ର. : କୁନି ପୁଅ ଆଖି ଆଗରେ ଚାଲିଗଲା ମାଆର ଜୀବନ । ଟ୍ରେନ ଧକ୍କାରେ ମାଆ ମୃତ, ବର୍ତ୍ତିଗଲା ୪ ବର୍ଷର ଶିଶୁପୁତ୍ର

ଝାରସୁଗୁଡା ବେଲପାହାଡ଼ ରେଳ ଫାଟକ ନିକଟରେ ଉତ୍କଳ ଏକ୍ସପ୍ରେସ ଧକ୍କାରେ ମାଆର ମୃତ୍ୟୁ ହୋଇଥିବାବେଳେ ଶିଶୁପୁତ୍ର ଅଳ୍ପକେ ବର୍ତ୍ତିଯାଇଛି । ମୃତ ମହିଳା ଜଣକ ମଞ୍ଜୁ ଯାଦବ ବୋଲି ପୋଲିସ ସୂଚନା ଦେଇଛି । ସେ ଯାଯାବର ଭାବେ ବେଲପାହାଡ଼ ଅଞ୍ଚଳରେ ରହୁଥିଲେ ।

ଗତକାଲି ଅପରାହ୍ନରେ ମହିଳା ଜଣକ ନିଜ ଶିଶୁ ପୁତ୍ରକୁ ଧରି ରେଳ ଧାରଣା ପାର ହେଉଥିବାବେଳେ ଉତ୍କଳ ଏକ୍ସପ୍ରେସ ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା । ସ୍ଥାନୀୟ ଲୋକେ ମହିଳାଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ରେଳବାଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...