32.9 C
Balāngīr
Saturday, July 12, 2025

ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ : ୨ ଗୁରୁତର

Must read

ରାୟଗଡ଼ା, (୦୬/୦୭): ଆପ୍ର. : ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଗୁନାଖାଲ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରେଲର । ଗାଡ଼ି ତଳେ ଚାପିହୋଇ ମହିଳା କନେଷ୍ଟବଳଙ୍କ ମୃତ୍ୟୁ ।

ମୃତକ ଜଣଙ୍କ ହେଲେ ଖେଦାପଡ଼ା ଗ୍ରାମର ଲାବଣ୍ୟ ଗାଣ୍ଟା (୨୪ ବର୍ଷ) । ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି । ସେମାନେ ହେଲେ ବିଷମକଟକ ବ୍ଲକ ବେଥିଆପଡ଼ା ପଞ୍ଚାୟତ ମୁନିଗାଁର କାନ୍ତାରାଓ କାଡ୍ରାକା(୪୦ ବର୍ଷ) ଓ ସୁବାରାଓ କାଡ୍ରାକା (୪୦ ବର୍ଷ) । ସୂଚନାନୁଯାୟୀ, ଲାବଣ୍ୟ ଶନିବାର ସକାଳୁ ଘରୁ ବାହାରି ରାୟଗଡ଼ା ଶ୍ରଦ୍ଧା ଶ୍ରୀକ୍ଷେତ୍ର ବାହୁଡା ଯାତ୍ରା ଡ୍ୟୁଟି କରିବାକୁ ଆସୁଥିଲେ । ଗୁନାଖାଲ ଛକରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ୍ ଆସୁଥିବାରୁ ହମ୍ପସ୍ ଠାରେ ଲାବଣ୍ୟ ବ୍ରେକ୍ ମାରିଥିଲେ । ଏହି ସମୟରେ ଏକ ଟ୍ରେଲର ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା ।

ଲାବଣ୍ୟ ସ୍କୁଟିରୁ ପଡିଯିବାରୁ ତାଙ୍କ ଉପରେ ଟ୍ରକ୍ ଚଢିଯାଇଥିଲା । ଫଳରେ ଘଟଣାସ୍ଥଳରେ ଲାବଣ୍ୟଙ୍କ ମୃତ୍ୟୁ ହୋଇଥିଲା । ବାଇକରେ ଆସୁଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରେଲରକୁ ଜବତ କରିଛି । ଲାବଣ୍ୟଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...