32.9 C
Balāngīr
Monday, April 28, 2025

ଡହ ଡହ ଖରା: ୨ରୁ ୩ ଡିଗ୍ରୀ ବଢ଼ିବ ଗ୍ରୀଷ୍ମଲହରୀ

Must read

ଭୁବନେଶ୍ବର, (୧୩/୦୩) ଆ.ପ୍ର. : ଚୈତ୍ର ଯେତିକି ପାଖେଇ ଆସୁଛି ରାଜ୍ୟରେ ଖରାର ପ୍ରକୋପ ସେତିକି ପ୍ରଖର ହେଉଛି। ଡହ ଡହ ଖରା ଦେହମୁଣ୍ଡ ଜାଳି ପକାଉଛି ।

ମଙ୍ଗଳବାର ସାରା ରାଜ୍ୟରେ ପ୍ରଚଣ୍ଡ ଖରା ହୋଇଛି । ୩୫ ଡିଗ୍ରୀ ଉପରେ ରହିଛି ୨୬ ସହରର ତାପମାତ୍ରା। ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ସହିତ ଗ୍ରୀଷ୍ମଲହରୀ ଅନୁଭୂତ ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ମଙ୍ଗଳବାର ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୩୯.୫ ଡିଗ୍ରୀ ରେକର୍ଡ଼ ହୋଇଥିଲା ।

ରାଜ୍ୟର ୧୦ଟି ସହରର ତାପମାତ୍ରା ୩୭ ଡିଗ୍ରୀ କିମ୍ବା ତା’ଉପରେ ରହିଛି। ବାରିପଦା ଓ ମାଲକାନଗିରିରେ ୩୭ ଡିଗ୍ରୀ ଲେଖାଏଁ, ଅନୁଗୋଳରେ ୩୭.୧, ପାରଳାଖେମୁଣ୍ଡି, ସୁନ୍ଦରଗଡ଼ ଓ ହୀରାକୁଦରେ ୩୭.୨ ଲେଖାଏଁ, ଟିଟିଲାଗଡ଼ରେ ୩୭.୫, ସମ୍ବଲପୁରରେ ୩୮.୩, ବଲାଙ୍ଗୀର ୩୮.୫ ଏବଂ ଝାରସୁଗୁଡ଼ାରେ ୩୮.୬ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି । ଭୁବନେଶ୍ବରରେ ଦିନ ତାପମାତ୍ରା ୩୫.୪ ଏବଂ କଟକରେ ୩୫ ଡିଗ୍ରୀ ରହିଛି ।

ଆସନ୍ତା ୧୩ରୁ ୧୪ ତାରିଖ ଯାଏଁ ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ଲହରୀ ଅନୁଭୂତ ହେବ। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୪ରୁ ୧୬ ପର୍ଯ୍ୟନ୍ତ ଅନୁଗୋଳ ସମେତ ଏହି ସବୁ ପଶ୍ଚିମ ଓଡ଼ିଶାର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପ୍ରବଳ ଝାଞ୍ଜି ଅନୁଭୂତ ହେବ ଓ ତାପମାତ୍ରା ୪୨ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...