32.9 C
Balāngīr
Tuesday, May 20, 2025

ଡିଭାଇଡରରେ ପିଟି ହୋଇ ହାଇୱାକୁ ଧକ୍କାଦେଲା ସ୍କର୍ପିଓ; ୨ ମୃତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ, (୩୦/୧୨) : ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ୧୪୩ ନମ୍ୱର ଜାତୀୟ ରାଜପଥରେ ଘଟିଛି । ଡିଭାଇଡରରେ ପିଟି ହୋଇ ହାଇୱାକୁ ଧକ୍କାଦେଲା ସ୍କର୍ପିଓ

ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ମେଡ଼ିକାଲ୍‌ ବେଡ୍‌ରେ ଜୀବନ ସହିତ ସଂଘର୍ଷ କରୁଛନ୍ତି । ରାଉରକେଲାରେ ଏକ ଠାକ ସଂସ୍ଥାରେ କାମ କରନ୍ତି ବିପିନ୍‌ ସେଠୀ, ପବିତ୍ର ସାହୁ, ଶେଖ ରାମଜାନ ଓ ଆଦିତ୍ୟ ସାହୁ । ଆଜି ରବିବାର ଥିବାରୁ ଅପରାହ୍ନରେ ୪ ଜଣ ସାଙ୍ଗ ମିଶି ଏକ ସ୍କର୍ପିଓରେ ଖଣ୍ଡାଧାର ଅଭିମୁଖେ ଯାଉଥିଲେ । ତେବେ ୧୪୩ ନମ୍ୱର ଜାତୀୟ ରାଜପଥର ଚାନ୍ଦିପୋଷ ନିକଟରେ ସ୍କର୍ପିଓଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ସମ୍ମୁଖରୁ ଆସୁଥିବା ହାଇୱାକୁ ଧକ୍କା ଦେଇଥିଲା । ସମସ୍ତେ ଗାଡ଼ି ଭିତରେ ଚାପି ହୋଇ ଯାଇଥିଲେ ।

ସ୍ଥାନୀୟ ଲୋକେ ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଭିତରୁ ୪ ଜଣଙ୍କୁ ଉଦ୍ଧାର କରିଥିଲେ । ସେତେବେଳକୁ ଗାଡ଼ି ଚାଳକ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିଲା । ତେବେ ଅନ୍ୟ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ସେଠାରେ ବିପିନ୍ ସେଠୀଙ୍କୁ ମୃତ ଘୋଷଣା କରିଥିଲେ । ଏବେ ପବିତ୍ର ସାହୁଙ୍କର ସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ଚାଲିଥିବା ବେଳେ ଶେଖ୍ ରାମଜାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ଜେପି ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...