ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୭/୦୨) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l
ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୪ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୧ଟି ଗ୍ରହଣ କରାଯାଇଥିବା ବେଳେ ୧୩ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଗୋଟିଏ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଛି । ଅନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l
ଡୁଙ୍ଗୁରିପାଲି ବିଡିଓ ଦିଲୀପ କୁମାର ବାରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ସୋନପୁର ଉପଜିଲ୍ଲାପାଳ ଡ.ସୌମ୍ୟାରୁପା ରଥ , ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ l