32.9 C
Balāngīr
Saturday, April 26, 2025

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Must read

ସୁବର୍ଣ୍ଣପୁର, (୧୫/୦୪) ଆ.ପ୍ର. : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି lWhatsApp Image 2025 04 15 at 18.52.45 ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଜିଲ୍ଲାପାଳ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୩ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୯ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ତନ୍ମଧ୍ୟରେ ୨ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କାର୍ରଯାଇଛି । ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ଡୁଙ୍ଗୁରିପାଲି ବିଡିଓ ଦିଲୀପ କୁମାର ବାଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ଡ଼ଃ ସୌମ୍ୟାରୁପା ରଥ, ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ,ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...