32.9 C
Balāngīr
Wednesday, April 30, 2025

ଡ. ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ

Must read

ଗୁଣପୁର, (୧୪/୪) : ଆପ୍ର. : ଆଜି ଗୁଣପୁର ଆମ ବଜାର ସ୍ଥିତ ଭାରତୀୟ ମାନବ ଅଧିକାର ସଂରକ୍ଷଣ ପରିଷଦ, ଓଡ଼ିଶା ଶାଖା ଅଫିସ ଠାରେ ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡ଼. ବାବା ସାହେବ୍ ଆମ୍ବେଦକରଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇ ଯାଇଛି ।WhatsApp Image 2025 04 14 at 17.01.27 ଡ. ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ

ଓଡ଼ିଶା ଶାଖାର ଚେୟାରମେନ ପ୍ରଭାକର ପୋଣ୍ଟୁରୁ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଵାଵା ସାହେବଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ । ସମ୍ମାନୀତ ଅତିଥି ଭାବେ ରେଣୁକା ପୋଣ୍ଟୁରୁ , ଵିଭୂ ପ୍ରସାଦ ଶତପଥୀ, ଲାଡି ସାଵରିସ, ବିପିନ ବିହାରୀ ପାଲକା, ଲାଡି ନରସିଂହ ମୂର୍ତ୍ତି, ମଣିଙ୍ଗ ରାମ କ୍ରିଷ୍ଣା ପ୍ରମୁଖ ଯୋଗଦେଇ ସମ୍ବିଧାନ ଗଠନରେ ଵାଵା ସାହେବଙ୍କ ଭୂମିକା, ସଂଘର୍ଷମୟ ଜୀବନ, କାର୍ଯ୍ୟାବଳୀ, ବିଭିନ୍ନତା, ରାଜନୈତିକ, ଅର୍ଥନୈତିକ, ଦାର୍ଶନିକ , ସମାଜ ସଂସ୍କାରକ ପ୍ରଭୃତିର ଅଧିକାରୀ ହୋଇ ଆମ୍ବେଦକର କିପରି ସମ୍ବିଧାନ ପ୍ରତିଷ୍ଠା କରିଥିଲେ ‌ସେ ବିଷୟରେ ଆଲୋଚନା କରିଥିଲେ ।

ତତ୍ ସହିତ ଆମ୍ବେଦକର କିପରି ସ୍ବତନ୍ତ୍ରତା , ସମାନତା ଓ ସାମାଜିକ ନ୍ୟାୟ ଆଧାରିତ ସମାଜ ଗଠନ ପାଇଁ ଆଜୀବନ ପ୍ରଚେଷ୍ଟା କରିଥିଲେ ‌ସେ ବିଷୟରେ ଆଲୋକପାତ କରିଥିଲେ । ଆଜିର ଏହି ପବିତ୍ର ଦିନରେ ସମସ୍ତ ମାନବାଧିକାର କର୍ମୀମାନେ ସମାଜସେବା ସହ, ସମାଜରୁ କିପରି କୁସଂସ୍କାର, ଅନ୍ଧବିଶ୍ୱାସ, ଜାତିବାଦ, ଧର୍ମ ବାଦ ଦୂର ହୋଇପାରିବ ସେଥିପାଇଁ ଚେଷ୍ଟା କରିବାକୁ ଶପଥ ନେଇଥିଲେ । ପ୍ରତି ଗ୍ରାମର ଲୋକମାନେ କିପରି ନିଜ ମୈ।ଳିକ ଅଧିକାରରୁ ବଞ୍ଚିତ ନହେଵେ ସେଥିପ୍ରତି ସଚେତନ ହୋଇ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ପରି ଶେଷରେ ଆଲାଜୋର ରଇତ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...