32.9 C
Balāngīr
Saturday, July 12, 2025

ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ସ୍ଵେଚ୍ଛାସେବୀଙ୍କୁ ପ୍ରଶିକ୍ଷଣ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ରଞ୍ଜୀତ ବେହେରା //
ଢେଙ୍କାନାଳ,(୨୨/୧୧) : ଆଜି ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ସ୍ଵେଚ୍ଛାସେବୀଙ୍କ ତିନିଦିନିଆ କ୍ଲଷ୍ଟର ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟାଶାଳା ଆରମ୍ଭ ହୋଇଯାଇଛି ।b182f4f2 29c2 4101 ba66 cf98a5fa4c58 ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ସ୍ଵେଚ୍ଛାସେବୀଙ୍କୁ ପ୍ରଶିକ୍ଷଣ

ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଞ୍ଜିତ କୁମାର ପ୍ରଧାନ ଏହାକୁ ଆନୁଷ୍ଠାନିକ ଭାବେ ରେଡ଼କ୍ରସ ପତାକା ଦେଖାଇ ଆରମ୍ଭ କରାଇଥିଲେ । ମୁଖ୍ୟ ଅତିଥିରୁପେ ଢେଙ୍କାନାଳ ଜିଲ୍ଲା ରେଡ଼କ୍ରସର ଉପସଭାପତି ବିରଞ୍ଚି ନାରାୟଣ ପାଣି ଏଥିରେ ଯୋଗଦେଇ ରେଡ଼କ୍ରସର ଲକ୍ଷ, ରକ୍ତଦାନ ଓ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ । ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ତଥା ଯୁବ ରେଡ଼କ୍ରସ ର ପୂର୍ବତନ ଆବାହକ ଡ଼ ଦେବାଶିଷ ମହାନ୍ତି ତାଙ୍କର ଅଭିଭାଷଣରେ ମାନବ ସେବାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ ।5ad72d69 ba1b 4d62 982a d2e07effa9ca ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ସ୍ଵେଚ୍ଛାସେବୀଙ୍କୁ ପ୍ରଶିକ୍ଷଣ

ଜିଲ୍ଲା ଯୁବ ରେଡ଼କ୍ରସ ର ସଂଯୋଜକ ଡ଼ ଭୁପେଶ ଚନ୍ଦ୍ର ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିବା ସହ ରେଡ଼କ୍ରସର ଇତିହାସ ଉପରେ ଆଲୋକପାତ କରିଥିଲେ । ପରିଶେଷରେ ଅଧ୍ୟାପକ ତଥା ମହାବିଦ୍ୟାଳୟ ର ଯୁବ ରେଡ଼କ୍ରସ ର ପରାମର୍ଶଦାତା ଶ୍ରୀ ରଶ୍ମିରଞ୍ଜନ ନାୟକ ଧନ୍ୟବାଦ ଅର୍ପଣ କରିବା ସହ ତିନିଦିନିଆ ଶିବିରର କାର୍ଯ୍ୟସୂଚୀ ପାଠ କରିଥିଲେ । ଏହି ପ୍ରଶିକ୍ଷଣରେ ସମୁଦାୟ ୫ଟି ମହାବିଦ୍ୟାଳୟର ୨୦ ଜଣ ପ୍ରଶିକ୍ଷାର୍ଥୀଙ୍କ ସମେତ ଯୁବରେଡ଼କ୍ରସ ର ପରାମର୍ଶଦାତା ଅଂଶ ଗ୍ରହଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...