32.9 C
Balāngīr
Tuesday, May 20, 2025

ତତଲା ତାୱାରେ ସିଝୁଛି ଓଡ଼ିଶା, ଆଜି ୮ ଜିଲ୍ଲାକୁ ହିଟୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୨୨/୦୪) : ଆପ୍ର. : ତତଲା ତାୱାରେ ସିଝୁଛି ଓଡ଼ିଶା । କେଉଁଠି ତାତି ତ ଆଉ କେଉଁଠି ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଇଛି ।

ପଶ୍ଚିମ ଓଡ଼ିଶା ସମେତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସହରରେ ଆକାଶରୁ ନିଆଁ ବର୍ଷା ହେଉଛି । ପୁଣି ହଟସ୍ପଟ୍ ପାଲଟିଲା ଝାରସୁଗୁଡ଼ା । ଗତ ୨୪ ଘଣ୍ଟାରେ ସର୍ବାଧିକ ୪୫.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସମ୍ବଲପୁରରେ ୪୩ ଡିଗ୍ରୀ, ହୀରାକୁଦ ୪୨.୪ ଡିଗ୍ରୀ ଏବଂ ରାଉରକେଲାରେ ୪୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ୪୦ ଡିଗ୍ରୀ ଉପରେ ରାଜ୍ୟର ୪ ସହର ପାରଦ । କାଳବୈଶାଖୀ ପ୍ରଭାବ ହ୍ରାସ ପାଇବା ପରେ ରାଜ୍ୟକୁ ପୁଣି ଫେରିଛି ତାତି । ବିଶେଷ କରି ପଶ୍ଚିମ ଓଡ଼ିଶାରେ ପାରଦ ଉପର ମୁହାଁ ରହିଛି । ଉପକୂଳ ଓଡ଼ିଶାରେ ୬୦ ପ୍ରତିଶତରୁ ଅଧିକ ଆର୍ଦ୍ରତା ରେକର୍ଡ କରାଯାଇଛି । ଆଜି ହିଟୱେଭ୍ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଏବଂ ଗରମ ଓ ଆଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୩ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରିରୁ ଅଧିକ ରହିବ । ୨୨ ତାରିଖରେ ଝାରସୁଗୁଡ଼ା ତାପମାତ୍ରା ୪୬ ଡିଗ୍ରି ଛୁଇଁବାର ସମ୍ଭାବନା ରହିଥିବା ବେଳେ ବଲାଙ୍ଗୀର, ଟିଟିଲାଗଡ଼, ବୌଦ୍ଧ, ସମ୍ବଲପୁର, ରାଉରକେଲା ଓ ନୂଆପଡ଼ା ତାପମାତ୍ରା ୪୩ ଡିଗ୍ରି ଉପରେ ରହିପାରେ । ୨୩ ଓ ୨୪ ତାରିଖରେ ଝାରସୁଗୁଡ଼ା ତାପମାତ୍ରା ୪୭ ଡିଗ୍ରି ମୁହାଁ ହେବ । ବଲାଙ୍ଗୀର ଓ ବୌଦ୍ଧରେ ୪୫ ଡିଗ୍ରି ଡେଇଁବାକୁ ଥିବା ବେଳେ ସୁନ୍ଦରଗଡ଼, ରାଉରକେଲା, ନୂଆପଡ଼ା, ଟିଟିଲାଗଡ଼, ସୋନପୁରର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରି ଉପରେ ରହିବାର ପୂର୍ବାନୁମାନ କରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...