32.9 C
Balāngīr
Monday, April 28, 2025

ତରଭା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୪/୦୨) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 02 25 at 11.56.47 ତରଭା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୬୨ଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରୁ ୫୧ଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ, ୧୧ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୩ଟି ଅଭିଯୋଗ ଦରଖାସ୍ତର ତୁରନ୍ତ ଶୁଣାଣି ସମୟ ମଧ୍ୟରେ ଫଏସଲା ହୋଇଥିଲା । ସେହିପରି ସି ଏମ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଅବଶିଷ୍ଟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ତରଭା ବିଡିଓ ଗଙ୍ଗାରାମ ବୁଡେକଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ଵିନୀ କୁମାର ମେହେର, ସମେତ ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ ପ୍ରଦୀପ କୁମାର ଗୁରୁ, ଜିଲ୍ଲା ମଙ୍ଗଲ ଅଧିକାରୀ, ଅଚ୍ୟୁତନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ, ଉପପ୍ରାନ୍ତୀୟ ଶ୍ରମ ଆୟୁକ୍ତ ଡିଲେଶ୍ୱର ଖାକା, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଇଂ ଅଶୋକ କୁମାର ମିଶ୍ର, ଜିଲ୍ଲା କ୍ରିଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ, ଡି ଏସ ଡବ୍ଲୁ ପ୍ରୋଗ୍ରାମ ଅଧିକାରୀ ଅନିତା ଗୁରୁ, ନିର୍ବାହୀ ଯନ୍ତ୍ରୀ ଓ ଏଲ ଆଇ ସି ଇଂ ରବୀନ୍ଦ୍ର କୁମାର ମାଝୀ , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା ଲକ୍ଷ୍ମୀକାନ୍ତ ମଲ୍ଲିକ ତଥା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ସହ ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...