32.9 C
Balāngīr
Monday, April 28, 2025

ତାଣ୍ଡବ ରଚିବ କାଳବୈଶାଖୀ, ଆଲର୍ଟ କଲା ପାଣିପାଗ ବିଭାଗ

Must read

ଭୁବନେଶ୍ୱର, (୦୭/୦୪) : ଆପ୍ର. : ଆଭ୍ୟନ୍ତରୀଣ ଓ ଉପକୂଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ଭିତରେ ବର୍ଷା ଆଣିବ ଆଶ୍ବସ୍ତି ।

ଆସନ୍ତା ଏପ୍ରିଲ୍ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ । ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି ।

ଏପ୍ରିଲ ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତ ଦୁଇଦିନ ଧରି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ଦେଖିବାକୁ ମିଳିଛି । ୪୦ ଡିଗ୍ରୀ ଉପରେ ୩ ସହର ରହିଥିବା ବେଳେ ୭ସହରର ତାମପାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା । ଟିଟିଲାଗଡ଼ରେ ସର୍ବାଧିକ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୪୦.୧ ଓ ବୌଦ୍ଧ ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ଆଜି(ରବିବାର) ଓ ଆସନ୍ତାକାଲି (ସୋମବାର) ମଧ୍ୟ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଜାରି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...