32.9 C
Balāngīr
Saturday, April 26, 2025

ତାତିରୁ ନାହିଁ ନିସ୍ତାର; ଆସନ୍ତା ୫ ଦିନ ଜଳିବ ଓଡ଼ିଶା, ୪୦ ଡିଗ୍ରୀ ଛୁଇଁବ ତାପାମତ୍ରା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୬/୦୩) : ରାଜ୍ୟରେ ଏବେ ତାତିରୁ ନିସ୍ତାର ମିଳିବ ନାହିଁ । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲାଗି ରହିବ ।

ମାର୍ଚ୍ଚ ମାସରେ ସ୍ବାଭାବିକ ଠାରୁ ଅଧିକ ଦିନ ହେବ ଗ୍ରୀଷ୍ମପ୍ରବାହ । ପଶ୍ଚିମ ଓଡିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବି ବଢିବ ତାତି । ଦିନେ ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା। ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ୪୦ ଅତିକ୍ରମ କରିବ। ଟାଣ ଖରା ସହ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବହୁଛି ଗରମ ଶୁଷ୍କ ପବନ। ପ୍ରଭାବରେ ଦିନକୁ ଦିନ ଉପରମୁହାଁ ହେଉଛି ପାରଦ। ଗତକାଲି ଝାରସୁଗୁଡା ଦେଶର ଷଷ୍ଠ ଉତ୍ତପ୍ତ ସହରରେ ପରିଣତ ହୋଇଥିଲା । ୩୯ ଡିଗ୍ରୀ ତାପମାତ୍ରା ସହ ଓଡ଼ିଶାର ସବୁଠୁ ଉତ୍ତପ୍ତ ସହର ହୋଇଥିଲା ଝାରସୁଗୁଡ଼ା।

ସେହିପରିବୌଦ୍ଧ ୩୮.୫ଂ, ମାଲକାନଗିରି ୩୮.୪ଂ, ଅନୁଗୋଳ ୩୭.୯ଂ, ସମ୍ବଲପୁର ୩୭.୮ଂ, ପାରଳାଖେମୁଣ୍ଡି ୩୭.୮ଂ, ବଲାଙ୍ଗୀର ୩୭.୫ଂ, ହୀରାକୁଦ ୩୭.୧ଂ, ଟିଟିଲାଗଡ଼ ୩୭ଂ, କଟକ ୩୪.୬ଂ ଏବଂ ଭୁବନେଶ୍ୱରରେ ୩୬.୪ଂ ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି। ମଙ୍ଗଳବାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ ଯାଏ ହ୍ରାସ ପାଇଥିବାବେଳେ ଅନ୍ୟାନ୍ୟ ଅଞ୍ଚଳରେ ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ତାପମାତ୍ରା ବୃଦ୍ଧି ପରିଲକ୍ଷିତ ହୋଇଛି।

ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ସେଲସିୟସ୍ ଅଧିକ ତାପମାତ୍ରା ରେକର୍ଡ ହୋଇଛି। ପଶ୍ଚିମ ଓଡ଼ିଶାରେ ଏବେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ଅଧିକ ରହିଛି ତାତି। ଆସନ୍ତା ଦୁଇ ଦିନ ପରେ ପୁଣି ୨ ରୁ ୩ ଡିଗ୍ରୀ ତାତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର

 

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...