32.9 C
Balāngīr
Wednesday, April 30, 2025

ତାରା ତାରିଣୀ ମହାବିଦ୍ୟାଳୟରେ ଆଲୋଚନା ଚକ୍ର

Must read

ରିପୋର୍ଟ : ଶୁଭଙ୍କର ଦାଶ
ପୁରୁଷୋତ୍ତମପୁର, (୦୧/୦୨) : ପୁରୁଷୋତ୍ତମପୁର ସହରସ୍ଥିତ ତାରା ତାରିଣୀ ମହାବିଦ୍ୟାଳୟ ର ଉଦ୍ଭିଦ ବିଜ୍ଞାନ ବିଭାଗ ତରଫରୁ ସ୍ୱପରିସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 02 01 at 20.09.49 ତାରା ତାରିଣୀ ମହାବିଦ୍ୟାଳୟରେ ଆଲୋଚନା ଚକ୍ର

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟ ପ୍ରଶାସନିକ ବିଭାଗ ମୁଖ୍ୟ ତଥା ଗୃହ ବିଜ୍ଞାନ ବିଭାଗ ମୁଖ୍ୟ ଡ଼. ସନ୍ଧ୍ୟାରାଣୀ ପାତ୍ର ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସଭାପତିତ୍ବ କରିଥିଲେ ଏବଂ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବରେ ଶିକ୍ଷା ବିଭାଗ ମୁଖ୍ୟ ଶ୍ରୀଯୁକ୍ତ ମୀନକେତନ ନାହାକ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଶୃଙ୍ଖଳା ଜ୍ଞାନ ସମ୍ବନ୍ଧ ରେ ଆଲୋକପାତ କରିଥିଲେ। ଉଦ୍ଭିଦ ବିଜ୍ଞାନ ବିଭାଗ ମୁଖ୍ୟ ଶ୍ରୀଯୁକ୍ତ ଏନ୍. ମୋହନ ସବୁଜ ବିପ୍ଳବ ଓ ଆଲୋଚନା ଚକ୍ର ସମ୍ବନ୍ଧ ରେ ଅଭିଭାଷଣ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ଡ଼. ସୁଧାଂଶୁ ଶେଖର ମିଶ୍ର, ଅଧ୍ୟାପିକା ପ୍ରିୟଙ୍କା ମିଶ୍ର, ଚାନ୍ଦିନୀ ପାତ୍ର ଓ ଋତୁପର୍ଣ୍ଣା ସ୍ବାଇଁ ପ୍ରମୁଖ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଛାତ୍ରଛାତ୍ରୀମାନେ ନିଜ ନିଜର ଅଭିଜ୍ଞତା ସହ ବକ୍ତବ୍ୟ ପ୍ରଦାନ କରିଥିଲେ ।

ପୂର୍ବରୁ ଅନୁଷ୍ଠିତ ଅଧ୍ୟୟନ ଯାତ୍ରା କୁ ସଫଳ ରୂପେ ପରିଚାଳନା କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା। ସେମିନାର ସେକ୍ରେଟାରୀ ରୁଦ୍ର ପ୍ରସାଦ ସାହୁ ଆଲୋଚନା ଚକ୍ର ବିବରଣୀ ପାଠ କରିଥିଲେ। ଆଜିର ଏହି ଆଲୋଚନା ଚକ୍ରର ବିଷୟବସ୍ତୁ “ଟ୍ରାନ୍ସଜେନିକ୍ ପ୍ଲାଣ୍ଟ” ଉପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ଯୁକ୍ତ ତିନି ଶେଷ ବର୍ଷ ର ଛାତ୍ରୀ ସମୀକା ଗୌଡ଼ ପାୱାର ପଏଣ୍ଟ୍ ମାଧ୍ୟମରେ ଉପସ୍ଥାପନା କରିଥିଲେ। ଅଧ୍ୟାପକ ସୁଧାଂଶୁ ଶେଖର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...