32.9 C
Balāngīr
Friday, April 25, 2025

ତାଳଦଣ୍ଡା କେନାଲ ନିକଟସ୍ଥ ବିଦ୍ୟୁତଖୁଣ୍ଟରୁ ଝୁଲନ୍ତା ମୃତ ଦେହ ଉଦ୍ଧାର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୧୬/୦୨) : ତାଳଦଣ୍ଡା କେନାଲ ନିକଟରୁ ଏକ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।

କଟକ ରାଣୀହାଟ ତାଳଦଣ୍ଡା କେନାଲ ପୋଲ ନିକଟ ଏକ ବିଦ୍ୟୁତ୍ ଖୁଣ୍ଟରେ ଜଣେ ଅଜଣା ଯୁବକଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ତେବେ ଘଟଣାଟି ଗତକାଲି ବିଳମ୍ବିତ ରାତ୍ରିର ବୋଲି ସନ୍ଦେହ କରାଯାଉଛି । ରବିବାର ସକାଳେ ଏହି ଘଟଣା ଲୋକଲୋଚନକୁ ଆସିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ସନ୍ଦେହଘେର ମଧ୍ୟରେ ରହିଛି । ଯୁବକ ଜଣଙ୍କ ଏହି ସ୍ଥାନକୁ କିପରି ଆସିଲେ ଓ ତାଙ୍କ ମୃତ୍ୟୁ କିପରି ଘଟିଲା ସେ ସଂକ୍ରାନ୍ତରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...