32.9 C
Balāngīr
Thursday, July 10, 2025

ତିନି ରଥରେ ଛେରାପହଁରା କରୁଛନ୍ତି ଗଜପତି ମହାରାଜା

Must read

ପୁରୀ, (୧୧/୦୬) : ଆପ୍ର. : ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଚଳଚଞ୍ଚଳ ସ୍ନାନବେଦିରେ ଚତୁର୍ଦ୍ଧା ବିଗ୍ରହ । ତିନି ରଥରେ ଗଜପତି ଛେରାପହଁରା କରୁଛନ୍ତି

ସୁନା କୂଅରୁ ପାଣି ଆଣି ମହାପ୍ରଭୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ । ଏନେଇ ପୂଜାପଣ୍ଡା ସାମନ୍ତ ଠାକୁରଙ୍କ ମସ୍ତକରେ ପ୍ରଥମେ ସୁବାସିତ ଜଳ ଅର୍ପଣ କରି ସାରିବା ପରେ ସେବାୟତମାନେ ତାଙ୍କୁ ସ୍ନାନ କରିବା କାର୍ଯ୍ୟ ଆରମ୍ଭ କରିଥିଲେ । ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ଓ ବଳଭଦ୍ରଙ୍କୁ ୩୩ ଗରା ଜଳରେ ସ୍ନାନ କରାଯାଇଥିବା ବେଳେ ସୁଭଦ୍ରାଙ୍କୁ ୨୨ ଗରା ଓ ସୁଦର୍ଶନଙ୍କୁ ୧୮ ଗରା ଜଳରେ ଅଭିଷେକ କରାଯାଇଥିଲା । କିଛି ସମୟ ପରେ ଶ୍ରୀବିଗ୍ରହଙ୍କ ହାତୀବେଶ ଅନୁଷ୍ଠିତ ହେବ ।

ସୂଚନା ଅନୁସାରେ, ସ୍ନାନଯାତ୍ରା ପରେ ଶ୍ରୀଜୀଉ ମାନଙ୍କୁ ଜ୍ୱର ହୋଇଥାଏ । ଏହାର ମୁଖ୍ୟ କାରଣ ହେଉଛି ଅତ୍ୟଧିକ ଗାଧୋଇବା ଯୋଗୁ ଜ୍ୱରରେ ପଡ଼ିଯାନ୍ତି ଶ୍ରୀବିଗ୍ରହ । ଯାହା ଫଳରେ ସେମାନେ ରତ୍ନ ବେଦୀକୁ ଆଉ ଯାଇପାରନ୍ତି ନାହିଁ । ଏହି ସମୟରେ ସେମାନେ ଅଣସର ଘରକୁ ଯାତ୍ରା କରନ୍ତି । ଅଣସର ଘରେ ୧୩ ଦିନର ଗୁପ୍ତ ସେବା ସମ୍ପାଦିତ ହୋଇଥାଏ । ଏହା ପରେ ଜ୍ୱରରୁ ଶ୍ରୀଜୀଉ ଆରୋଗ୍ୟ ଲାଭ କରି ନବଯୌବନ ପ୍ରାପ୍ତି ହୁଅନ୍ତି । ଏହା ପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବା ପାଇଁ ରଥାଯାତ୍ରାରେ ଶ୍ରୀମନ୍ଦିର ବାହାରକୁ ଆସି ମାଉସୀମା ମନ୍ଦିରରକୁ ଯାଇଥାନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...