32.9 C
Balāngīr
Sunday, April 20, 2025

ତୀର୍ଥଯାତ୍ରାରେ ବାହାରିଲେ ୭୭୫ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ “ପତାକା ଦେଖାଇ ଶୁଭରମ୍ଭ କଲେ ଜିଲ୍ଲାପାଳ”

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୮/୦୨) : ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣାପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲ୍ଳାର ୭୭୫ଜଣ ତୀର୍ଥଯାତ୍ରୀ ଓ ୨୫ଜଣ ଏସକର୍ଟ କର୍ମକର୍ତାମାନେ ଆଜି ରାୟଗଡା ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ କଲକାତା କାମାକ୍ଷା ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି ।WhatsApp Image 2025 02 18 at 15.22.30 ତୀର୍ଥଯାତ୍ରାରେ ବାହାରିଲେ ୭୭୫ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ "ପତାକା ଦେଖାଇ ଶୁଭରମ୍ଭ କଲେ ଜିଲ୍ଲାପାଳ"

ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପାଟାୱରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତୀର୍ଥଯାତ୍ରୀମାନେ ଯାଉଥିବା ସ୍ୱତନ୍ତ୍ର ଟ୍ରେନରେ ଫିତା କାଟିବା ସହ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର, ଜିଲ୍ଳା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ୱତୀ ମାଝି,ରେଳ ବିଭାଗ ରାୟଗଡ ରେଳ ମଣ୍ଡଳ ପରିଚାଳକ ଶ୍ରୀ ଅମିତାଭ ସିଂଘଳ, ମୁଖ୍ୟ ଉନ୍ନୟନ ଅଧିକାରୀ ପର୍ଯ୍ୟଟନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ବlଳମୁକୁନ୍ଦ ଭୂୟାଁ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ରାୟଗଡା, ରାୟଗଡା ପୌର ଅଧ୍ୟକ୍ଷ ଶ୍ରୀ ମହେଶ ପଟ୍ଟନାୟକ,ରାୟଗଡ ସମିତି ଅଧ୍ୟକ୍ଷା ସୁଶ୍ରୀ ଟୁନି ହୁଇକା, କୋଳନାରା ସମିତି ଅଧ୍ୟକ୍ଷା ଶ୍ରୀମତୀ ସଂଯୁକ୍ତା କୁଲେସିକା,ପ୍ରମୁଖ ଯୋଗଦାନ କରି ବରିଷ୍ଠ ନାଗରିକ ମାନଙ୍କ ଯାତ୍ରାକୁ ପତାକା ଦେଖାଇ ଶୁଭରମ୍ବ କରିଥିଲେ l

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଅତିରକ୍ତ ନିର୍ଦ୍ଦେଶକ ବିଶ୍ୱଜିତ୍ ରାଉତରାଏ, ସହକାରୀ ନିର୍ଦ୍ଦେଶକ ସରୋଜ ଜେନା, ବରିଷ୍ଠ ସହାୟକ ବୁଦ୍ଧ ଦେବ ବୁଦୁଲା ସମେତ ରେଳବାଇ ଆଇଆରସିଟିସି କର୍ତୁପକ୍ଷ ଏବଂ ରାୟଗଡା ଜିଲ୍ଳାସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଅନୁଷ୍ଠାନର କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ରହିଥିଲେ । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନାର ମନୋଭାବ ଆସୁଥିବା ବେଳେ ତୀର୍ଥଯାତ୍ରା କରିବାକୁ ମଧ୍ୟ ମନ ବଳାଇଥାନ୍ତି ତେବେ ଅର୍ଥାଭାବରୁ ତଥା ପାରିବାରିକ ଆର୍ଥିକସ୍ଥିତି ଉଜ୍ୱଳ ନ ଥିବାରୁ ସେମାନେ ତୀର୍ଥସ୍ଥାନ ଭ୍ରମଣ କରିପାରନ୍ତି ନାହିଁ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ,ବରିଷ୍ଠ ନାଗରିକମାନଙ୍କ ଏହି ଆଶାକୁ ପୂରଣ କରିବା ଦିଗରେ ତୀର୍ଥଯାତ୍ରା ଯୋଜନା ପୁଣି ଆରମ୍ଭ କରି ବରିଷ୍ଠ ନାଗରିକଙ୍କ ପାଇଁ ଏହି ଯୋଜନାର ଶୁଭାରମ୍ଭ କରିଥିବାରୁ ତାଙ୍କୁ ବରିଷ୍ଠ ନାଗରିକ ମlନେ ଧନ୍ୟବାଦ ଜଣାଉଛୁ ବୋଲି ପ୍ରକାଶ କରିଥିଲେ ।WhatsApp Image 2025 02 18 at 15.22.31 ତୀର୍ଥଯାତ୍ରାରେ ବାହାରିଲେ ୭୭୫ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ "ପତାକା ଦେଖାଇ ଶୁଭରମ୍ଭ କଲେ ଜିଲ୍ଲାପାଳ"

ସେହିପରି ଆର୍ଥିକ ଅନଗ୍ରସର ଓ ଦାରିଦ୍ର ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକମାନଙ୍କୁ ସେମାନଙ୍କର ଆଧ୍ୟାତ୍ମିକ ଆକାଂକ୍ଷା ପୂରଣ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପୁନ୍ନ କାର୍ଯ୍ୟକ୍ଷମ କରି ସେମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣର ସୁଯୋଗ ପ୍ରଦାନ କରିବା ସୁଯୋଗ ଦେଇଛନ୍ତି । ଆଜିସୁଧା ୩୩ ଟି ପର୍ଯ୍ୟାୟରେ ସର୍ବମୋଟ ୩୧୯୮୮ ଜଣ ବରିଷ୍ଠ ନାଗରିକ ଏହି ଯୋଜନା ଦ୍ୱାରା ଉପକୃତ ହୋଇଛନ୍ତି । ଏଥର ୭୭୫ଜଣ ଓ ଏସକୋଟ ଅଫିସର ମିଶି ସର୍ବମୋଟ ୮୦୦ଜଣ ତୀର୍ଥଯାତ୍ରୀ ଯାତ୍ରାର ସୁଯୋଗ ପାଉଛନ୍ତି ।

ଏହି ଯାତ୍ରା ବେଳେ ତୀର୍ଥ ଯାତ୍ରୀମାନଙ୍କ ସମସ୍ତ ସୁବିଧାସୁଯୋଗ ରାଜ୍ୟ ସରକାର ବହନ କରିଥାନ୍ତି lତୀର୍ଥଯାତ୍ରୀମାନଙ୍କ ରହିବା,ଯିବା ଆସିବା ଏବଂ ଖାଦ୍ୟ ପାନୀୟର ବ୍ୟବସ୍ଥା ସହ ଗସ୍ତ ଜଗୁଆଳୀ,ପଥ ପ୍ରଦର୍ଶକ,ଯାତ୍ରୀ ବୀମା ଏବଂ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ଚଳିତ ୨୦୨୪-୨୫ଆର୍ଥିକ ବର୍ଷରେ ୧୦ଟି ପର୍ଯ୍ୟାୟରେ ଏହି ତୀର୍ଥଯାତ୍ରା ଆରମ୍ଭ ହୋଇଥିବା ବେଳେ ଏଥି ମଧ୍ୟରେ ରାୟଗଡା ଠାରୁ କଲକାତା – କାମାକ୍ଷା ତୀର୍ଥସ୍ଥାନ ଭ୍ରମଣର ସ୍ଥିର କରାଯାଇଥିଲା ବୋଲି ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଭୂୟାଁ ପ୍ରକାଶ କରିଛନ୍ତି । ଏଥିରେ ରାୟଗଡା ଜିଲ୍ଳାର ୧୫୯ଜଣ ତୀର୍ଥଯାତ୍ରୀଙ୍କ ସମେତ କୋରାପୁଟର ୧୬୭ଜଣୟ, ନବରଙ୍ଗପୁରର ୧୩୦ଜଣ, ମାଲକାନଗିରି ୬୯, ନୂଆପଡା ଜିଲ୍ଳାର ୭୨ଲେଖାଁଏ ଏବଂ କଳାହାଣ୍ଡିର ୧୭୮ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରା ଭ୍ରମଣରେ ଗସ୍ତ କରିଛନ୍ତି ।

ଗତକାଲି ଉକ୍ତ ଛଅଟି ଜିଲ୍ଳାର ତୀର୍ଥଯାତ୍ରୀଙ୍କୁ ରାୟଗଡାରେ ରହଣୀ ବ୍ୟବସ୍ଥା କରାଯାଇଥିବା ବେଳେ ସଂଧ୍ୟାରେ ଭଜନ ସଂଧ୍ୟା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଆଜି ରାୟଗଡା ରେଳବାଇ ଷ୍ଟେସନ ସମ୍ମୁଖରେ ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଦେଇ ସ୍ୱାଗତ କରାଯାଇଥିବା ବେଳେ ଷ୍ଟେସନ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା । ଏହି ତୀର୍ଥଯାତ୍ରା ଭ୍ରମଣ ନିମନ୍ତେ ରାୟଗଡା ଠାରେ ଆୟୋଜିତ ସମସ୍ତ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ , ପ୍ରତ୍ୟେକ୍ଷ ତତ୍ୱାବଧାନରେ ଭାରପ୍ରାପ୍ତ ଜିଲ୍ଳା ପର୍ଯ୍ୟଟନ ଅଧିକାରୀ ନାରାୟଣ ମିଶ୍ର ପରିଚାଳନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...