32.9 C
Balāngīr
Saturday, April 26, 2025

ଥାନା ବାରାକ୍‌ରେ ପୁଲିସ୍ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁବର୍ଣ୍ଣପୁର, (୧୩/୦୨) : ବିନିକା ଥାନା ବାରାକରେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ। ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ପୁଲିସ୍ ବାରାକରେ ଜଣେ ରିଜର୍ଭ ପୁଲିସ୍ କର୍ମଚାରୀଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି ।

ମୃତକ ଦିଲ୍ଲୀପ କୁମାର ମିଶ୍ର ବୋଲି ଜଣାପଡିଛି । ବିନିକା ସହରରେ ପାପକ୍ଷୟ ଲୋକ ମହୋତ୍ସବ ଚାଲିଥିବାବେଳେ ସେଠାକୁ ସେ ଡ୍ୟୁଟିରେ ଆସିଥିଲେ । ଗତକାଲି ଡ୍ୟୁଟି ସରିବା ପରେ ଦିଲ୍ଲୀପ୍‌ ପୁଲିସ୍ ବାରାକକୁ ଯାଇ ଶୋଇଥିଲେ। ସକାଳୁ ଅନ୍ୟ ପୁଲିସ୍ କର୍ମଚାରୀମାନେ ତାଙ୍କୁ ଉଠାଇବା ବେଳେ ସେ ଉଠିନଥିଲେ । ପରେ ଏ ନେଇ ଡାକ୍ତରଙ୍କୁ ଖବର ଦିଆଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ଉଠା ଯିବା ନେଇ ସୂଚନା ମିଳିଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...