32.9 C
Balāngīr
Tuesday, July 15, 2025

ଦନ୍ତା ହାତୀ ଆକ୍ରମଣରେ ମହିଳା ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଦେବଗଡ଼, (୧୪/୦୧) : ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଫରେଷ୍ଟ ରେଞ୍ଜ ଚଢେଇମରା ପଞ୍ଚାୟତ ଅନ୍ତର୍ଗତ ସଙ୍ଘାପଶି ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି ।

ମୃତ ମହିଳା ଜଣକ ହେଲେ ଦିଗାମ୍ବର ବେହେରାଙ୍କ ପତ୍ନୀ କୁନି ବେହେରା (୫୦) । ଗତାକାଲି ରାତିରେ ଦୁଇଟି ଦନ୍ତା ହାତୀ ସଙ୍ଘାପଶି ଗ୍ରାମରେ ପଶି ଉପଦ୍ରବ କରିଥିଲେ । ଦନ୍ତା ହାତୀ ଦିଗାମ୍ବରଙ୍କ ମକା କ୍ଷେତର ମଧ୍ୟ ପଶି ମକା ଖାଇବା ସହ ନଷ୍ଟ କରିଥିଲେ । ପରିବାର ଲୋକେ ଜାଣିବା ପରେ ଦିଗାମ୍ବରଙ୍କ ସ୍ତ୍ରୀ କୁନି ହାତୀ ଘଉଡ଼ାଇବାକୁ ଯାଇଥିଲେ । ଏହି ସମୟରେ ଗୋଟିଏ ହାତୀ କୁନି କଚାଡ଼ି ଦେଇଥିଲା ।

ଗାଁ ଲୋକେ ବନ ବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ । କୁଣ୍ଢେଇଗୋଳା ଫରେଷ୍ଟର ତପନ ନାୟକ ନିଜ ଟିମ ସହିତ ଗାଁରେ ପହଁଚି ହାତୀକୁ ଘଉଡ଼ାଇ ଥିଲେ । ଏହା ସହିତ କୁନିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରିଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ବାରମ୍ବାର ହାତୀ ଆକ୍ରମଣ ଘଟଣା ବୃଦ୍ଧି ପାଉଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି । ଏଠାରେ ଉଲ୍ଲେଖ ଯୋଗ୍ୟ, ଏହା ପୂର୍ବରୁ ହାତୀ ଆକ୍ରମଣରେ ପୂର୍ବରୁ କାଞ୍ଜିଆମ୍ବରେ ଜଣେ ଓ ଅନୁଗୁଳ ଜିଲ୍ଲାର ବାଘୁଆବୁଲ ଗ୍ରାମରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...