ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡା, (୨୪/୦୨) : ପୁଣି ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ଘଟଣା । ଏଭଳି ଏକ ଅଭାବନୀୟ ଘଟଣା କେନ୍ଦ୍ରାପଡା ଆଳି ଥାନା ମାଣିକପାଟଣା ଗାଁ’ରେ ଘଟିଛି ।
ଏହି ଘଟଣାରେ ୭ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ, ଗତକାଲି ରାତିରେ ଆଳି ଥାନା ମାଣିକପାଟଣା ଗାଁରେ ଜମି ପାଇଁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଏହି ପିଟାପିଟିରେ ଉଭୟ ପକ୍ଷରୁ ୭ ଜଣ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକ ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ଆଳି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ କିନ୍ତୁ ସେଠାରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏନେଇ ପୋଲିସ ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି ।