32.9 C
Balāngīr
Wednesday, April 23, 2025

ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇ ଜଳିଗଲା, ଡ୍ରାଇଭର ଜୀବନ୍ତ ଦଗ୍ଧ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଳାହାଣ୍ଡି, (୨୮/୧୨) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପାଷ୍ଟି କୁଡ଼ି ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଲାଗି ଯାଇଛି ନିଆଁ । ଏହି ନିଆଁରେ ଜଣେ ଟ୍ରକ୍‌ ଚାଳକ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ଆଉ ଜଣେ ଡ୍ରାଇଭରଙ୍କ ପତ୍ତା ମିଳୁନି । ଆଜି ଭୋରରୁ ପାଷ୍ଟିକୁଡ଼ି ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍‌ ସହ ଅନ୍ୟ ଏକ ଟ୍ରକ୍‌ ମୁହାଁମୁହିଁ ହୋଇଥିଲା । ଧକ୍କା ଏତେ ଜୋର ଥିଲା ଯେ, ସଙ୍ଗେସଙ୍ଗେ ଦୁଇଟି ଟ୍ରକ୍‌ ହୁତୁହୁତୁ ହୋଇ ଜଳିଥିଲା । ନିଆଁ ଲାଗିଥିବା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ । ମାତ୍ର ସେତେବେଳକୁ ଦୁଇଟି ଟ୍ରକ୍‌କୁ ନିଆଁ ବ୍ୟାପି ସାରିଥିବା ବେଳେ ତା’ ଭିତରେ ଜଣେ ଡ୍ରାଇଭର ଜୀଅନ୍ତା ଜଳି ଯାଇଥିଲେ ।

ଆଉ ଜଣେ ଡ୍ରାଇଭରଙ୍କ ପତ୍ତା ମିଳି ପାରୁନି । ଖବର ପାଇ ତୁରନ୍ତ ପୁଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ନିଆଁ ଲିଭାଇବା ନିମନ୍ତେ ଅଗ୍ନିଶମ କର୍ମଚାରୀ ଅକ୍ଳାନ୍ତ ପରିଶ୍ରମ ଜାରି ରଖିଥିବା ବେଳେ ରିପୋର୍ଟ ଲେଖା ହେବା ବେଳକୁ ନିଆଁ ଲିଭା ସମ୍ପୂର୍ଣ୍ଣ ସରି ନ ଥିବା ଜଣାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...