32.9 C
Balāngīr
Tuesday, July 15, 2025

ଦୁଇ ଦୁଇ ଥର ମୃତ୍ୟୁ କାଳୀନ ସହାୟତା ରାଶି ଖାଇଗଲେ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୨/୦୧) : ରାୟଗଡା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅନ୍ତର୍ଗତ ଭୂମିଖୋଲ ଗ୍ରାମ ପଂଚାୟତ ଓ ପ୍ରାୟ 5T ଗ୍ରାମର ଡଙ୍ଗରିଆ କନ୍ଧ ମାଆ ମାନେ ଏସପି ଙ୍କ ଦ୍ବାରସ୍ଥ ହୋଇଛନ୍ତି।WhatsApp Image 2025 01 21 at 21.20.29 ଦୁଇ ଦୁଇ ଥର ମୃତ୍ୟୁ କାଳୀନ ସହାୟତା ରାଶି ଖାଇଗଲେ

ମୁନିଗୁଡ଼ା ପୂର୍ବତନ ଡକ୍ଟର ସବ୍ୟସାଚୀ ମହାପାତ୍ର ଓ ପୂର୍ବତନ ଜିଲ୍ଲା ଶ୍ରମ ଅଧିକାରୀ ଶୁଭ ଦର୍ଶିନି ସାହୁଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ଗତ ଦିନରେ ଡଙ୍ଗରିଆ କନ୍ଧମାନଙ୍କ ମୃତ୍ୟୁ କାଳୀନ ସହାୟତା ରାଶି କୁ ହେରଫେର କରିଛନ୍ତି । ଥରେ ନୁହେଁ ଦୁଇ ଦୁଇ ଥର ମୃତ୍ୟୁ କାଳୀନ ସହାୟତା ରାଶି କୁ ହେରଫେର କରିଛନ୍ତି ବୋଲି ଅଭିଯୋଗ କରିଛନ୍ତି । ଏହି ବାବଦରେ ପୁର୍ବତନ ଡଃ ସବ୍ୟସାଚୀ ମହାପାତ୍ର ଏବଂ ପୁର୍ବତନ ଶ୍ରମ ଅଧିକାରୀଣି ଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଥିଲେ। ଯଦି ଏହି ମାମଲାରେ ତୁରନ୍ତ କୌଣସି ଆଖି ଦୃଷିଆ ପଦକ୍ଷେପ ଗ୍ରହଣ ନ କରିଲେ, ଆଗାମୀ ଦିନରେ ଡଙ୍ଗରିଆ କନ୍ଧମାନେ ରାଜରାସ୍ତାକୁ ଓହ୍ଲାଇବେ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି । ଜିଲ୍ଲା ବହୁଜନ ସମାଜ ପାର୍ଟି ଜିଲ୍ଲା ସଭାପତି ଜିତୁ ଜାକାସିକା ଡଙ୍ଗରିଆ କନ୍ଧମାନଙ୍କ ସହ ମିଶି ଆରକ୍ଷୀ ଅଧିକ୍ଷକଙ୍କୁ ଦାବି ପତ୍ର ପ୍ରଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...