32.9 C
Balāngīr
Wednesday, April 23, 2025

ଦୁଇ ବାଇକ ମୁହାଁମୁହିଁ ଧକ୍କା , ଦୁଇ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର, (୦୧/୦୨) : ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଭାଟିଗାଁ ନିକଟରେ ଦୁଇ ବାଇକ୍ ମୁଁହାମୁହିଁ ଧକ୍କା ହୋଇଛି ।

ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ମୃତକ ମାନେ ନବରଙ୍ଗପୁର ଥାନା ପଡାଲଗୁଡା ଗ୍ରାମର ରଘୁ ବୈରାଗୀ ଓ ଧନିଆ ମାଝୀ ବୋଲି ଜଣା ପଡିଛି । ସୂଚନା ପ୍ରକାରେ ନବରଙ୍ଗପୁର ଥାନା ପଡାଲଗୁଡା ଗ୍ରାମର ତିନି ଜଣ ଏକ ବାଇକ ଯୋଗେ କୋଷାଗୁମୁଡ଼ା ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆଉ ବାଇକ ଯୋଗେ ଦୁଇଜଣ ଆସୁଥିବା ବେଳେ ସର୍ଗିଗୁଡା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା ।

ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ଘଟଣା ସମୟରେ ସେହି ରାସ୍ତା ଦେଇ ଯାଉଥିବା ସମୟରେ ନବରଙ୍ଗପୁର ଏସ୍ପି ମିହିର ପଣ୍ଡା ଗୁରୁତର ମାନଙ୍କୁ ଉଦ୍ଧାର କରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଏହି ଦୁଃଖଦ ଖବର ଶୁଣିବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଅନ୍ୟପଟେ ଏସ୍‌ପିଙ୍କ ଏହି କାର୍ଯ୍ୟ ପାଇଁ ଚାରିଆଡୁ ପ୍ରଶଂସାର ସୁଅ ଛୁଟିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...