32.9 C
Balāngīr
Saturday, April 26, 2025

ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୨୦/୦୨) : ଗଂଜାମ ଜିଲ୍ଲା ଶେରଗଡ ଅଂଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦୋକାନ ଭିତରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ମୃତ ଯୁବକ ଜଣଙ୍କ କେ ଆଦର୍ଶ ରାଓ ବୋଲି ଜଣାପଡିଛି । ସୂଚନା ଅନୁସାରେ ମଙ୍ଗଳବାର ରାତିରେ ଚୁଡି ଦୋକାନର ମାଲିକ କେ ଆଦର୍ଶ ରାଓ ଦୋକାନକୁ ଆସି ଘରକୁ ଫେରି ନଥିଲେ। ଯେଉଁଥିପାଇଁ ପରିବାର ଲୋକେ ଅସ୍ତବ୍ୟସ୍ତ ହୋଇଯାଇଥିବା ବେଳେ ତାଙ୍କ ଭାଇ ତାଙ୍କୁ ଖୋଜି ଖୋଜି ଦୋକାନ ପାଖରେ ପହଂଚିଥିଲେ । ପରେ ଦୋକାନ କବାଟ ତାଡି ଦେଖିଲା ବେଳକୁ ଆଦର୍ଶଙ୍କ ମୃତଦେହ ଦୋକାନ ଭିତରେ ପଡି ରହିଛି । ଏହା ଦେଖି ସେ ତୁରନ୍ତ ଶେରଗଡ ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିବା ସହ ଦୋକାନ ଟେବୁଲ ଉପରୁ ଏକ ସୁଇସାଇଡ ନୋଟ ଜବତ କରିଛି ପୋଲିସ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପାରିବାରିକ କଳହ ଓ ଅଶାନ୍ତି ଯୋଗୁଁ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଥିବା ବେଳେ ସିସିଟିଭି ଯାଞ୍ଚରୁ ସମ୍ପୂର୍ଣ୍ଣ ତଥ୍ୟ ଜଣା ପଡିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...