32.9 C
Balāngīr
Monday, April 28, 2025

ଦୋକାନରେ ନିଆଁ ଲାଗି ମହିଳା ଜୀବନ୍ତ ଦଗ୍ଧ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡା, (୦୯/୦୨) : କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ବକ୍ତାରପୁର ଛକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି ।

ଦୋକାନରେ ନିଆଁ ଲାଗି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମହିଳା ଜଣଙ୍କ କମଳା ସାହୁ ବୋଲି ଜଣାପଡିଛି । ସୂଚନା ଅନୁସାରେ ସବୁଦିନ ପରି ଆଜି ମଧ୍ୟ କମଳା ବକ୍ତରପୁର ଛକରେ ଥିବା ନିଜର ପାନ ଦେକାନକୁ ଯାଇଥିଲେ ଏବଂ ଦୋକାନ ଖୋଲି ଧୂପ ଦେବା ପରେ ଗ୍ରାହକଙ୍କ ଅପେକ୍ଷାରେ ବସିଥିଲେ କମଳା । ଆଉ ଏହି ସମୟରେ ପାଖରେ ବିକ୍ରି କରିବାକୁ ରଖିଥିବା ପେଟ୍ରୋଲରେ ନିଆଁ ଲାଗିବାରୁ ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ଆଖି ପିଛୁଳାକେ ଚାରିଆଡେ ନିଆଁ ବ୍ୟାପି ଯାଇଥିଲା ।

ଏହାପରେ ସଙ୍ଗେସଙ୍ଗେ ସ୍ଥାନୀୟ ଲୋକେ ଦମକଳ ବାହିନୀକୁ ଖବର ଦେଇଥିଲେ । ଦୀର୍ଘ ଦୁଇଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବା ପରେ ଦୋକାନ ଭିତରୁ ଦୋକାନୀ ମାଲିକାଣି କମଳା ସାହୁଙ୍କ ମୃତଦେହ ଉଦ୍ଧକ୍ଷର କରିଥିଲା । ଯାହାକୁ ନେଇ ସମଗ୍ର ଅଂଚଳରେ ଶୋକର ଛାୟା ଖେଳିଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...