32.9 C
Balāngīr
Saturday, April 26, 2025

ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ, ପୋଲିସ ତଦନ୍ତ ଜାରି

Must read

ଉଦଳା, (୧୪/୦୩) : ଆପ୍ର. : ମାତ୍ର ୩ ଫୁଟ ଉଚ୍ଚରେ ଥିବା ବାଉଁଶରୁ ଝୁଲନ୍ତା ଅବସ୍ଥାରେ ଦ୍ଵିତୀୟ ଶ୍ରେଣୀ ଛାତ୍ରର ମୃତଦେହ ଉଦ୍ଧାର । ଘଟଣା ଯେତିକି ପ୍ରଶ୍ନବାଚୀ ସେତିକି ବିସ୍ମୟକର ।

ଏଭଳି ଘଟଣା ଘଟିଛି ଉଦଳା ଥାନା ଶାଳଖୁଣ୍ଟା ଏସଏସଡି. ଆଶ୍ରମ ବିଦ୍ୟାଳୟରେ । ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଦ୍ଵିତୀୟ ଶ୍ରେଣୀ ଛାତ୍ରୀ କାନ୍ଦରୀ ମଢେଇ । ଆଜି ମଧ୍ୟାହ୍ନରେ ହଷ୍ଟେଲ ଛାତ୍ରୀମାନେ ଖାଇବା ପାଇଁ ଯିବା ସମୟରେ କାନ୍ଦରୀଙ୍କ ସାଙ୍ଗ ବାହାରକୁ ପରିସ୍ରା କରିବା ନିମନ୍ତେ ଆସିଥିଲେ । ଏହି ସମୟରେ ସେ ବିଦ୍ୟାଳୟ ପଛରେ ୩ ଫୁଟ ଉଚ୍ଚରେ ଥିବା ବାଉଁଶରେ ଝୁଲନ୍ତା ଅବସ୍ଥାରେ ଥିବା ଅନ୍ୟ ଛାତ୍ରୀମାନେ ଦେଖି ମେଟ୍ରୋନ ଏବଂ ଅନ୍ୟମାନଙ୍କୁ ଜଣାଇଥିଲେ ।

ତାଙ୍କୁ ତୁରନ୍ତ ଉଦ୍ଧାର କରି ଉଦଳା ମେଡିକାଲ କୁ ଚିକିତ୍ସା ନିମନ୍ତେ ଆଣିଥିବା ବେଳେ ତାର ମୃତ୍ୟୁ ହୋଇଥିବା ଡାକ୍ତର କହିଥିଲେ। ଖବର ପାଇ ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମାତ୍ର ୩ ଫୁଟ ଉଚ୍ଚରେ ଛାତ୍ରୀଙ୍କ ମୃତଦେହ ଝୁଲିବା ପୁରା ଘଟଣା କୁ ଅଧିକ ସନ୍ଦେହ ଭିତରକୁ ନେଇଛି । ଏହା ଆତ୍ମହତ୍ୟା ବୋଲି କହିବା କଷ୍ଟକର ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି । ଏହା ସହିତ ଘଟଣାକୁ ନେଇ ଛିଡା ହୋଇଛି ଅନେକ ପ୍ରଶ୍ନ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...