32.9 C
Balāngīr
Saturday, April 26, 2025

ନରେନ୍ଦ୍ର ପୁଷ୍କରିଣୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

Must read

ପୁରୀ, (୨୮/୦୩) : ଆପ୍ର. : ନରେନ୍ଦ୍ର ପୁଷ୍କରିଣୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ । ସୂଚନା ଅନୁଯାୟୀ ବୃଦ୍ଧ ଜଣକ ଗୁରୁବାର ମଧ୍ୟାହ୍ନ ସମୟରେ ନରେନ୍ଦ୍ର ପୁଷ୍କରିଣୀର ପତିତପାବନ ତୁଠରେ ସ୍ନାନ କରୁଥିବାର ସ୍ଥାନୀୟ ଲୋକ ଦେଖିଥିଲେ ।

ହେଲେ କିଛି ସମୟ ପରେ ବୃଦ୍ଧ ଜଣକ ପାଣି ଭିତରେ ଭାସୁଥିବାର ଦେଖି କୁମ୍ଭାରପଡ଼ା ଥାନାକୁ ଖବର ଦେଇଥିଲେ । ଖବରପାଇ କୁମ୍ଭାରପଡ଼ା ଥାନା ପୁଲିସ୍ ପୁଷ୍କରିଣୀ ନିକଟରେ ପହଂଚି ଉଧାର ନିମନ୍ତେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗ ସେଠାରେ ପହଞ୍ଚି ପୁଷ୍କରିଣୀ ଭିତରୁ ବୃଦ୍ଧଙ୍କୁ ଉଧାର କରି ଚିକିତ୍ସା ନିମନ୍ତେ ପୁରୀ ସଦରମୁଖ୍ୟା ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଡାକ୍ତର ବୃଦ୍ଧଙ୍କୁ ମୃତ ଘୋଷଣା କରିଥିଲେ ଏବଂ ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ । ଶେଷ ଖବର ସୁଦ୍ଧା ବୃଦ୍ଧଙ୍କ କୌଣସି ପରିଚୟ ମିଳିପାରି ନାହିଁ ।

ସରକାରୀ (S S D) ଉଚ୍ଚ ବିଦ୍ୟାଳୟ, ତlଡ଼ମା ରେ ବାର୍ଷିକ ଉତ୍ସବ

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...