ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି ।
ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ ସହ ଫେରୁଥିବାବେଳେ ତାଙ୍କୁ ଜଙ୍ଗଲକୁ ଟେକି ନେଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏହି ଗଣଦୁଷ୍କର୍ମରେ ୩ ଯୁବକଙ୍କ ସଂପୃକ୍ତି ଥିବା ଅଭିଯୋଗ କରାଯାଇଛି । ତଳସରା ଥାନା ଅଞ୍ଚଳରେ ଏକୋଇଶିଆ ଭୋଜି ଖାଇ ୩ ଜଣ ନାବାଳିକା ସାଙ୍ଗ ହୋଇ ଫେରୁଥିଲେ । ଜଙ୍ଗଲ ରାସ୍ତାରେ ଆସୁଥିବାବେଳେ ୩ଜଣ ଯୁବକ ସେମାନଙ୍କୁ ଜୋର ଜବରଦସ୍ତ କରିଥିଲେ । ସେମାନଙ୍କ ହାବୁଡରୁ ୨ଜଣ ନାବାଳିକା ଖସି ପଳାଇ ଆସିବାରେ ସଫଳ ହୋଇଥିଲେ ।
ତେବେ ଜଣେ ନାବାଳିକୁ ୩ଜଣ ଯୁବକ ଧରି ନେଇ ଜଙ୍ଗଲକୁ ଟେକି ନେଇଥିଲେ ଏବଂ ସେଠାରେ ଗଣ ଦୁଷ୍କର୍ମ କରିଥିଲେ ବୋଲି ସୂଚନା ମିଳିଛି । ତଳସରା ଥାନାରେ ଏ ସମ୍ପର୍କରେ ଅଭିଯୋଗ କରାଯିବା ପରେ ପୁଲିସ ଘଟଣାସ୍ଥଳ ପରିଦର୍ଶନ ସହ, ତଦନ୍ତ ଆରମ୍ଭ କରିଛି । ଗଣଦୁଷ୍କର୍ମ ଘଟଣାରେ ୩ଜଣ ଯୁବକ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ସେମାନଙ୍କୁ ଗିରଫ ପାଇଁ ପୁଲିସ ଚଢ଼ାଉ ଜାରି ରଖିଥିବା ସୂଚନା ଦେଇଛି ।