32.9 C
Balāngīr
Saturday, April 26, 2025

ନିଆଁ ପୋଇଁ ହେଉଥିଲେ ବୃଦ୍ଧ; ଦଳିଦେଲା ଦନ୍ତା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସମ୍ବଲପୁର, (୨୪/୧୨) : ନିଆଁ ପୋଇଁ ହେଉଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା। ଘଟଣା ଘଟିଛି ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ୍‌ ଆମ୍ବିଲିପାଣି ଗାଁରେ। ମୃତକ ହେଲେ ସେହି ଗାଁର ସୋତୋ ମୁଣ୍ଡା।

ଗତକାଲି ବିଳମ୍ବିତ ରାତିରେ ଘର ବାହାରେ ନିଆଁ ଲଗାଇ ସେକି ହେଉଥିଲେ ସୋତୋ । ସେହି ସମୟରେ ସେ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ । ହାତୀଟିକୁ ତାଙ୍କୁ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ବନ କର୍ମଚାରୀ ପହଞ୍ଚି ସୋତୋଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଇଛନ୍ତି ।ସୋତୋଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...