32.9 C
Balāngīr
Sunday, April 20, 2025

ନିଖୋଜ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଫୁଲବାଣୀ, (୦୮/୦୨) : ଫୁଲବାଣୀ ଜିଲ୍ଲା ସଦର ଥାନା ଅନ୍ତର୍ଗତ ସାର୍ତ୍ତାଗୁଡା ପଞ୍ଚମୂଖୀ ହନୁମାନ ମନ୍ଦିର ନିକଟରୁ ଜଣେ ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର ହୋଇଛି ।

ମୃତକ ଦଧିବାମନ ସାହିର କବି ସାହୁ ବୋଲି ଜଣାପଡିଛି। ତାଙ୍କ ଘର ଫିରିଙ୍ଗିଆ ଅଞ୍ଚଳରେ ହୋଇଥିବାବେଳେ ସେ ଗତ କିଛି ବର୍ଷ ଧରି ଫୁଲବାଣୀରେ ରହୁଥିଲେ । ସେ ଗତ ୧ ତାରିଖରୁ ନିଖୋଜ ଥିଲେ । ଗୁରୁବାର ପରିବାର ଲୋକେ ପଞ୍ଚମୂଖୀ ହନୁମାନ ମନ୍ଦିର ଅଞ୍ଚଳକୁ ଏକ ଭୋଜି କାର୍ଯ୍ୟରେ ଯାଇଥିବାବେଳେ ରାସ୍ତା କଡରେ କବିଙ୍କ ବାଇକ୍ ଥୁଆ ହୋଇଥିବା ଦେଖିବାକୁ ପାଇଥିଲେ । ଆଖପାଖ ଲୋକଙ୍କୁ ପଚାରିବାରୁ ଏହି ବାଇକଟି ଚାରି ପାଞ୍ଚ ଦିନ ହେବ ଏଠାରେ ଥିବା ସେମାନେ କହିଥିଲେ ।

ପରିବାର ଲୋକେ ଏ ନେଇ ଟାଉନ ଥାନାରେ ଏକ ଏତଲା ଦେଇଥିଲେ । ଶୁକ୍ରବାର ସକାଳୁ ପୁଣି ଆସି ଖୋଜାଖୋଜି କରିବା ପରେ ପାହାଡ ଉପରେ କବିଙ୍କ ଗଳିତ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ଅପରପକ୍ଷରେ କବିଙ୍କୁ ହତ୍ୟା କରାଯାଇଥିବା ପୁଅ ଅଭିଯୋଗ ଆଣିଛନ୍ତି । ଏହାର ତଦନ୍ତ କରି ନ୍ୟାୟ ପ୍ରଦାନ ପାଇଁ ସେ ଦାବି କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...