32.9 C
Balāngīr
Wednesday, April 30, 2025

ନିଶାସକ୍ତ ଅବସ୍ଥାରେ ଛୁରି ଭୁସି ବାପା ନେଲା ପୁଅର ଜୀବନ

Must read

ବାଲେଶ୍ଵର, (୧୩/୦୩) : ଆ.ପ୍ର. : ନିଶାସକ୍ତ ବାପାର ଅମାନୁଷିକ କାଣ୍ଡ । ମଦ ପିଇ ଛୁରି ଭୁସି ପୁଅର ନେଲା ଜୀବନ ।

ଏପରି ଏକ ଚାଞ୍ଚଲ୍ୟକର ଘଟଣା ବାଲେଶ୍ଵର ଜିଲ୍ଲାର ଖଇରା ଥାନା ଅନ୍ତର୍ଗତ ନରମା ଗାଁ’ରେ ଘଟିଛି । ପୋଲିସ ଏହି ଘଟଣାର ତଦନ୍ତ ଜାରି କରିଛି । ସୂଚନା ଅନୁସାରେ, ବାପା ମଦ ପିଇ ଘରକୁ ଆସି ମା’ ସହିତ ପାଟିତୁଣ୍ଡ କରି ଝଗଡ଼ା କରୁଥିଲେ । ଏହି ସମୟରେ ପୁଅ ସେମାନଙ୍କୁ ବିରୋଧ କରିବାରୁ ନୃଶଂସ ବାପା ଛୁରି ଭୁସି ପୁଅକୁ ହତ୍ୟା କରିଛି । ଏହି ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି ।

ଏହି ଘଟଣା ପରେ ଅଭିଯୁକ୍ତ ବାପା ଘଟଣାସ୍ଥଳରୁ ଚମ୍ପଟ ମାରିଛି । ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଘଟଣାର ତଦନ୍ତ ଜାରି କରିଛି । ପୁଅର ମୃତ୍ୟୁ ପରେ ମା’ ଛାତି ବାଡେଇ କାନ୍ଦୁଛି । ପୋଲିସ ଅଭିଯୁକ୍ତ ବାପାକୁ ଧରିବା ପାଇଁ ଛାନଭିନ ଜାରି କରିଛି ।

 

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...