32.9 C
Balāngīr
Wednesday, April 30, 2025

ନୀତି ଆୟୋଗ ଯୁଗ୍ମ ସଚିବଙ୍କ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ “ଶକଟା” ପରିଦର୍ଶନ “ବିଭିନ୍ନ ବିଭାଗର ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସମୀକ୍ଷା “

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୦୬/୦୧) : ଭାରତ ସରକାରଙ୍କ ନୀତି ଆୟୋଗଙ୍କ ଯୁଗ୍ମ ସଚିବଙ୍କ ରାୟଗଡା ଗସ୍ତ । ଶ୍ରୀ କେ. ଏଚ. ରେଜିମୋଲ ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଓ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ମୁନିଗୁଡା ବ୍ଲକ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ‘ଶକଟା’କୁ ପରିଦର୍ଶନ କରିଥିଲେ ।WhatsApp Image 2025 01 05 at 15.35.45 ନୀତି ଆୟୋଗ ଯୁଗ୍ମ ସଚିବଙ୍କ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ "ଶକଟା" ପରିଦର୍ଶନ "ବିଭିନ୍ନ ବିଭାଗର ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସମୀକ୍ଷା "

ଏହି ପରିଦର୍ଶନ ବେଳେ ଗ୍ରାମ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, ଛତୁଆ କେନ୍ଦ୍ର ଓ ପରିମଳ ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ସହିତ ଗ୍ରାମବାସୀ ଓ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେ । ଏହି ଗ୍ରାମକୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଗତ ତା ୧୫/୧୨/୨୪ ରିଖରେ ଭଗବାନ ବିର୍ଷା ମୁଣ୍ଡା ଜୟନ୍ତୀ ଅବସରରେ ଘୋଷଣା କରିଥିଲେ । ମାନ୍ୟବର ସଚିବ ବିଭିନ୍ନ ବିଭାଗର ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହିତ ନୀତି ଆୟୋଗର ଆର୍ଥିକ ସହଯୋଗରେ ଅଧିକରୁ ଅଧିକ ଉନ୍ନତି ହୋଇପାରିବ ବୋଲି କହିଥିଲେ ।

ଏହାପରେ ସ୍ଥାନୀୟ ହିତାଧିକାରୀଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରିଥିଲେ । ଏହି ପରିଦର୍ଶନ ସମୟରେ ଉପଜିଲ୍ଲାପାଳ ଗୁଣୁପୁର ସୁଶ୍ରୀ କିରଣଦୀପ କୌର ସାହାଟେ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ କୁମାର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ, ରାୟଗଡା, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ତତ୍ତ୍ୱମୋସୀ ମହାପାତ୍ର, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଗ୍ରାମୀୟ ଜଳାଯୋଗାଣ ସଂସ୍ଥା, ରାୟଗଡ, ଟାଟାପାୱର, ଜିଲ୍ଲା ଯୋଗାଣ ଅଧିକାରୀ, ଦାଶରଥି ସୋରେନ, ବିଡ଼ିଓ ମୁନିଗୁଡା, କୃଷ୍ଣ ଚନ୍ଦ୍ର ଦଳପତି, ତହସିଲଦାର ମୁନିଗୁଡା, ଏମ ଅନୁରାଧା, ସମିତି ଅଧ୍ୟକ୍ଷା ଦୁଃଖିନୀ ନୁଣ୍ଡରୁକା, ସରପଞ୍ଚ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...