32.9 C
Balāngīr
Wednesday, April 23, 2025

ନୂଆପଡା ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ତୁଷୁରା, (୨୪/୦୧): ଗୁଡଭେଲା ବ୍ଲକ ଅଧୀନସ୍ଥ ନୂଆପଡା ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ବିଶିକେଶନ ପ୍ରଧାନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ କପସିଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧାଂଶୁ ପୁଟା ଯୋଗ ଦେଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ସମ୍ମାନିତ ଅତିଥି ଭାବେ ନୂଆପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଟୁଞ୍ଚୁ କୁମ୍ଭାର ଓ ୱାର୍ଡମେମ୍ୱର ନିଲାବତି କୁଅଁର ମଞ୍ଚାସୀନ ଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ରୀତାରାଣୀ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ବିବରଣୀ ପାଠ କରିଥିଲେ । ସହକାରୀ ଶିକ୍ଷକ ଅନ୍ତର୍ଯ୍ୟାମୀ ସା, ଭୀଷ୍ମଦେବ ସାହୁ ମଞ୍ଚ ପରିଚାଳନା କରିଥିଲେ । ପୂର୍ବରୁ ଅନୁଷ୍ଠିତ ହୋଇଥିବା ବାର୍ଷିକ କ୍ରୀଡ଼ାରେ ବିଜୟୀ ଛାତ୍ରଛାତ୍ରୀ, ଶ୍ରେଣୀରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...