32.9 C
Balāngīr
Saturday, April 26, 2025

ନୂଆବର୍ଷରୁ ବଢ଼ିବ ଶୀତ : ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିବ ଘନ କୁହୁଡି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୩୦/୧୨) : ନୂଆବର୍ଷରୁ ବଢ଼ିବ ଶୀତ । ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ଶୀତ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରାଯାଇଛି । ପ୍ରବଳ ଜାଡ ସହ ଘନ କୁହୁଡି ଅସ୍ତବ୍ୟସ୍ତ କରିବ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପଶ୍ଚିମା ଝଡର ପ୍ରଭାବ ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ବଲାଙ୍ଗୀର, ବରଗଡ, ସୋନପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ନୂଆପଡାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରୁ ଆଭ୍ୟନ୍ତରୀଣ ଓଡିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ସମେତ କିଛି ଜିଲ୍ଲାରେ ତାପମାତ୍ରା କମିବ । ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି ।

ସେପଟେ ୩୧ ତାରିଖ ବେଳକୁ ରାଜ୍ୟରେ ରାତି ତାପମାତ୍ରା କମିବା ସହ ଶୀତ ବଢ଼ିବ। ଜିରୋ ନାଇଟରୁ ବଢିବ ଶୀତ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢିବ । ପ୍ରବଳ ଜାଡ ସାଙ୍ଗକୁ ଘନ କୁହୁଡି ଅସ୍ତବ୍ୟସ୍ତ କରିବ।ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ହେବା ସହ ରାତିର ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଂଟା ମଧ୍ୟରେ ଜି. ଉଦୟଗିରି ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରାଯାଇଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୧୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଟ୍ୱିନ ସିଟି ଭୁବନେଶ୍ୱରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...