32.9 C
Balāngīr
Wednesday, April 23, 2025

ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରି ବାବୁ କମ୍ଭମ୍‌ପତି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୩/୦୧) : ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି ।

ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରି ବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ଏଥିନିମନ୍ତେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଶପଥ ଗ୍ରହଣ ଉତ୍ସବ ପରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା ।

ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ ହରିବାବୁ କମ୍ଭମ୍‌ପତିଙ୍କୁ ନିଯୁକ୍ତି ମିଳିଥିଲା । ଗତକାଲି ଭୁବନେଶ୍ୱରରେ ପହଞ୍ଚି ସେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ ହରିବାବୁ ଓ ତାଙ୍କ ପରିବାର । ପୁରୀ ରାଜଭବନରେ ରାତ୍ରିଯାପନ ପରେ ଆଜି ସେ ଭୁବନେଶ୍ୱର ଫେରିଥିଲେ । ଏହାପରେ ରାଜଭବନରେ ଶପଥ ନେଇଛନ୍ତି ହରି ବାବୁ । ଏହି ଅବସରରେ ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ସେ ପ୍ରାର୍ଥନା କହିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...