32.9 C
Balāngīr
Wednesday, April 23, 2025

ନୌକାଚାଳନା ଓ ତୀରନ୍ଦାଜ ପ୍ରତିଯୋଗିତାରୁ ଆରମ୍ଭ ହୋଇଛି କଳାହାଣ୍ଡି ଜିଲ୍ଲାର ଲୋକ ମହୋତ୍ସବ ଘୁମୁରା-୨୦୨୫

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଳାହାଣ୍ଡି, (୦୫/୦୧) : କଳାହାଣ୍ଡି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୂଆମୁଳ-ରାମପୁର ବ୍ଲକରେ ନୌକାଚାଳନା ଓ ତୀରଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।

କଳାହାଣ୍ଡି ଜିଲ୍ଲାର ଲୋକ ମହୋତ୍ସବ ଘୁମୁରା-୨୦୨୫ ପାଇଁ ଇନ୍ଦ୍ରାବତୀ ଜଳ ଭଣ୍ଡାରର କେନ୍ଦୁଗୁଡା ଠାରେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଏବଂ ଜିଲ୍ଲା ମତ୍ସ୍ୟ ବିଭାଗ ଆନୁକୂଲ୍ୟରେ ନୌକାଚାଳନା ଓ ତୀରନ୍ଦାଜୀ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ଶତାଧିକ ଆଦିବାସୀ ଅଂଶ ଗ୍ରହଣ କରିଥିଲେ । କଳାହାଣ୍ଡି ଉତ୍ସବ ଘୁମୁରାର ପରମ୍ପରା ଟିକେ ଭିନ୍ନ । ଏହି ଉତ୍ସବରେ ଜିଲ୍ଲାର କୋଣ ଅନୁକୋଣରୁ ସବୁ ବର୍ଗର ଲୋକଙ୍କୁ ସାମିଲ କରାଯାଇଥାଏ । ସେ ମଧ୍ୟରୁ ନୌକାଚାଳନା ଓ ତୀରନ୍ଦାଜୀ ପ୍ରତିଯୋଗିତା ଅନ୍ୟତମ । ବୁଡି ଅଞ୍ଚଳରୁ ପ୍ରତିଯୋଗୀ ସହ ଦେଖଣାହାରୀ ମଧ୍ୟ ଛୁଟି ଆସିଥିଲେ । ଆଉ ସବୁବେଳେ ସ୍ତବ୍ଧ ହୋଇ ରହୁଥିବା ଏ ଅଞ୍ଚଳ ଉତ୍ସବମୁଖର ହୋଇଉଠିଥିଲା । ପ୍ରତିଯୋଗିତାକୁ ନେଇ ସ୍ଥାନୀୟ ଆଦିବାସୀଙ୍କ ଭିତରେ ବେଶ ଉତ୍ସାହ ଦେଖାଦେଇଥିବା ବେଳେ ଜିଲ୍ଲାର ସଂସ୍କୃତି ଓ ପରମ୍ପରାକୁ ଉଦ୍‌ଜୀବିତ କରିବା ତଥା ପଛୁଆ ବୁଡି ଅଞ୍ଚଳବାସୀଙ୍କୁ ସଚେତନ କରେଇବା ହିଁ ଲୋକ ମହୋତ୍ସବ ଘୁମୁରାର ମୂଳଲକ୍ଷ୍ୟ ବୋଲି ଅତିଥିମାନେ ପ୍ରକାଶ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...