32.9 C
Balāngīr
Wednesday, April 30, 2025

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ: ଦେବୀ ମିଶ୍ର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୪/୦୩) : ରାଜ୍ୟରେ ପଞ୍ଚାୟତିରାଜ ଦିବସ ଗତ ପ୍ରାୟ ତିନି ଦଶନ୍ଧି ଧରି ମାର୍ଚ୍ଚ ୫ରେ ପାଳିତ ହୋଇ ଆସୁଥିବା ବେଳେ, ରାଜ୍ୟ ସରକାର ଏହାକୁ ମାର୍ଚ୍ଚ ୫ରେ ନକରି ଏପ୍ରିଲ ୨୪ ତାରିଖରେ ପାଳନ କରିବା ନିଷ୍ପତ୍ତି ଦୁର୍ଭାଗ୍ୟଜନକ ଓ ରାଜ୍ୟ ସରକାରଙ୍କ ସଂକୀର୍ଣ୍ଣମନୋଭାବର ପରିଚୟ ବୋଲି ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ ବିବୃତିରେ କହିଛନ୍ତି।

ଦେଶରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଲାଗୁ କରିବାରେ ଓଡିଶା ଅଗ୍ରଣୀ ରାଜ୍ୟର ମାନ୍ୟତା ପାଇଛି। ଏହା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ହୋଇ ପାରିଥିବାରୁ ବିଜୁ ବାବୁଙ୍କ ଜନ୍ମ ଦିବସରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ତତ୍କାଳୀନ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନର ବିଜେପି ସରକାର ଏହି ନିଷ୍ପତିକୁ ବଦଳେଇ ଦେଇ ଓଡ଼ିଶାର ଗୌରବକୁ କ୍ଷୁର୍ଣ୍ଣ କରିଛନ୍ତି। ରାଜ୍ୟ ବିଜେପି ସରକାରଙ୍କ ଏହି ଅବିଚାର ପ୍ରତି ଓଡ଼ିଶାର ଜନ ସାଧାରଣ ବିଚାର କରିବେ ବୋଲି ଶ୍ରୀ ମିଶ୍ର କହିଛନ୍ତି।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...