32.9 C
Balāngīr
Thursday, July 10, 2025

ପଞ୍ଚୁକର ସ୍ୱତନ୍ତ୍ର ଦିନ ରେ ବିନ୍ଦୁସାଗର ରେ ବୁଡ଼ ପକାଇ ପାରିବେନି ଶ୍ରଦ୍ଧାଳୁ : ବିଏମ୍ସି

Must read

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୧୬/୧୧) : ପଞ୍ଚୁକର ସ୍ୱତନ୍ତ୍ର ଦିନ ପୂର୍ଣ୍ଣିମା ଓ ବଡ଼ଓଷା ଦିନ ରେ ଏକାମ୍ର କ୍ଷେତ୍ରରେ ଥିବା ବିନ୍ଦୁସାଗରରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇ ପାରିବେ ନାହିଁ । ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । 

କରୋନା ଭାଇରସ୍ ମହାମାରୀକୁ ଦୃଷ୍ଟିରେ ରଖି ବିଏମ୍ସି ତରଫରୁ ନଭେମ୍ବର ୧୯ ତାରିଖ ପାଇଁ ଗାଇଡଲାଇନ୍ ଜାରି କରାଯାଇଛି । ବିଏମସି ପକ୍ଷରୁ କୁହାଯାଇଛି ଯେ, ପଞ୍ଚୁକର ସ୍ୱତନ୍ତ୍ର ଦିନ ରେ ବିଏମ୍ସି ଅଧିନରେ ଥିବା ସମସ୍ତ ଜଳାଶୟ ଉପରେ କଟକଣା ଲାଗୁ କରାଯାଇଛି । ଫଳରେ ଶ୍ରଦ୍ଧାଳୁମାନେ ବିନ୍ଦୁସାଗର ସମେତ ଭୁବନେଶ୍ୱର ପରିସର ମଧ୍ୟରେ ଥିବା ଅନ୍ୟ ଜଳାଶୟ (ନଦୀ ଓ ପୋଖରୀ) ରେ ବୁଡ଼ ପକାଇ ପାରିବେ ନାହିଁ । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ଭାବେ କମିନାହିଁ । ତେଣୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍ସି ପଦକ୍ଷେପ ନେଇଛି ।

ପବିତ୍ର କାର୍ତ୍ତିକ ମାସ ଅବସରରେ ଶ୍ରଦ୍ଧାଳୁମାନେ ଭୋର ସମୟରେ ଜଳାଶୟରେ ଆସ୍ଥା ଓ ଭରସାର ସ୍ନାନ କରୁଛନ୍ତି । ରାଜଧାନୀ ଭୁବନେଶ୍ୱର ସମେତ ଏକାମ୍ର କ୍ଷେତ୍ରରେ ହବିଷ୍ୟାଳିମାନେ ପ୍ରତିଦିନ ଭୋର ସକାଳୁ ଶୁଦ୍ଧ ସ୍ନାନ କରୁଛନ୍ତି । ଏହାରି ମଧ୍ୟରେ ଆଜି ପବିତ୍ର ବଡ଼ ଏକାଦଶୀ ମଧ୍ୟରେ ପଞ୍ଚୁକ ଆରମ୍ଭ ହୋଇଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...