32.9 C
Balāngīr
Sunday, April 20, 2025

ପରିବାରକୁ ନିଶା ଦେଇ ପ୍ରେମିକ ସହ ନାବାଳିକା ଫେରାର ମାମଲା, ୨ ଭଉଣୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କଟକ ସ୍ଥାନାନ୍ତର

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଯାଜପୁର, (୩୧/୦୧) : ପରିବାର ଲୋକଙ୍କୁ ନିଶା ଦେଇ ନାବାଳିକା ପ୍ରେମିକ ସହ ଫେରାର ହେବା ଘଟଣାରେ ଦୁଇ ସାନ ଭଉଣୀଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି ।

ସେମାନଙ୍କୁ କଟକ ଶିଶୁ ଭବନକୁ ସ୍ଥାନାନ୍ତର କରାଯାଇଛି । ଉଭୟଙ୍କ ବୟସ ୮ ଓ ୫ ବର୍ଷ ହେବ ବୋଲି ଜଣାପଡ଼ିଛି । ଏ ନେଇ ଏଡିଏମ୍ ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ସମିତି ମଧ୍ୟ ମାମଲାରେ ଯାଞ୍ଚ କରିବାର ସୂଚନା ରହିଛି । ପୋଲିସ ଏହି ମାମଲାରେ ତଦନ୍ତ ଜାରି ରଖିଛି । ସୂଚନା ଅନୁଯାୟୀ, ଯାଜପୁର ଜିଲ୍ଲା କୁଆଖିଆ ଥାନା ନଠୁଆବର ଗାଁର ବିଜୟ ସେଠୀଙ୍କ ୧୩ ବର୍ଷର ନାବାଳିକା ଝିଅ ନିଜ ପ୍ରେମିକ ସହ ଫେରାର ହେବାକୁ ଯୋଜନା କରିଥିଲା । ବୁଧବାର ରାତିରେ ଝିଅ ଅଣ୍ଡା ତରକାରୀରେ ନିଶା ଔଷଧ ଦେଇଥିଲା । ଏହା ପରେ ଘରୁ ଫେରାର ହୋଇଯାଇଥିଲା ।

ନିଶା ଔଷଧ ମିଶା ଖାଦ୍ୟ ଖାଇ ପରିବାରର ୫ଜଣ ସଦସ୍ୟ ଚେତାଶୂନ୍ୟ ହୋଇପଡିଥିଲେ । ସକାଳୁ ବିଜୟଙ୍କ ଭାଇ ଡାକିବାରୁ କେହି କବାଟ ଖୋଲି ନ ଥିଲେ । ସନ୍ଦେହ ହେବାରୁ କବାଟ ଖୋଲି ଘର ଭିତରକୁ ଯାଇ ଦେଖିବାରୁ ସମସ୍ତେ ଗୁରୁତର ଅବସ୍ଥାରେ ପଡ଼ିଥିଲେ । ଯାଜପୁର ଯଯାତି କେଶରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଦୁଇ ଛୋଟ ଛୋଟ ଭଉଣୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡ଼ିଛନ୍ତି । ନାବାଳିକା ଘରୁ ସୁନା ଗହଣା ସହ ୨୨ ହଜାର ଟଙ୍କା ନେଇଯାଇଥିବା ଜଣାପଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...