32.9 C
Balāngīr
Wednesday, April 30, 2025

ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୦୭/୦୨) : ପୁଣି ଧକ୍କା ଦେଲା ମୋ ବସ୍‌ । କଟକରେ ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌ । ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ଦୁର୍ଘଟଣା ଘଟିଛି ।

ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମାତ୍ର ତାଙ୍କ ପରିବା ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି । ସୂଚନାନୁଯାୟୀ ରଘୁନାଥପୁରରେ ଫେବୃଆରୀ ୪ ତାରିଖରେ ମୋ ବସ ଧକ୍କାରେ ଜଣେ ୧୨ ବର୍ଷୀୟ ନାବାଳିକାଙ୍କ ମୃତ୍ୟୁ ହୋଇଥିଲା । ଝିଅଟି ସାଇକଲରେ ଯାଉଥିବାବେଳେ ମୋ ବସ ଧକ୍କା ଦେଇଥିଲା ।

ଫଳରେ ଘଟଣାସ୍ଥଳରେ ତାର ମୃତ୍ୟୁ ହୋଇଥିଲା।ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ୩ଟି ମୋ ବସକୁ ସ୍ଥାନୀୟ ଲୋକେ ଅଟକ ରଖିବା ସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରିଥିଲେ। ରାସ୍ତା ଅବରୋଧ କରାଯିବା ଦ୍ୱାରା ବହୁ ଯାନବାହନ ଅଟକି ରହିଥିଲା।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...