32.9 C
Balāngīr
Sunday, July 20, 2025

ପରିବେଶର ସୁରକ୍ଷା ନେଇ ଉତ୍କଳ ମିଡ଼ିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନ, ରାୟଗଡା ଜିଲ୍ଲା ତରଫରୁ ସରସ୍ବତୀ ଶିଶୁ ମନ୍ଦିର ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ନିବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ

Must read

ରାୟଗଡା, (୨୬/୦୬) : ଆପ୍ର. : ସ୍ଥାନୀୟ ଗାୟତ୍ରୀ ନଗର ଠାରେ ଥିବା ସରସ୍ବତୀ ଶିଶୁ ମନ୍ଦିର ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ନିବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ କରାଯିବା ସହ ବୃକ୍ଷ ରୋପଣ ଓ ଏହାର ଆବଶ୍ୟକତା ଉପରେ ସଚେତନତା ସୃଷ୍ଟି କରାଯାଇଥିଲା ।WhatsApp Image 2025 06 25 at 14.27.31 ପରିବେଶର ସୁରକ୍ଷା ନେଇ ଉତ୍କଳ ମିଡ଼ିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନ, ରାୟଗଡା ଜିଲ୍ଲା ତରଫରୁ ସରସ୍ବତୀ ଶିଶୁ ମନ୍ଦିର ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ନିବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ

ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ ରାୟଗଡା ଜିଲ୍ଲାର ସଭାପତି ଶ୍ରୀ ଦୟାନନ୍ଦ ଖାଡାଙ୍ଗାଙ୍କ ଅଧ୍ୟକ୍ଷତାରେ ମୂଖ୍ୟ ଅତିଥି ଭାବେ ରାୟଗଡ ପୌର ପରିଷଦର ଉପାଧ୍ୟକ୍ଷା ଶ୍ରୀମତୀ ଶୁଭ୍ରା ପଣ୍ଡା, ସମ୍ମାନୀତ ଅତିଥିଭାବେ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନେଲ ଲିମିଟେଡ଼ କମ୍ପାନୀର (କର୍ପୋରେଟ ଆଫେଏର, ଓ ଲୋକ ସମ୍ପର୍କ ବିଭାଗର ସାଧାରଣ ପରିଚାଳକ, ଜିଏମ) ଶ୍ରୀ ପିତାମ୍ବର ବେହେରା ଯୋଗ ଦେଇଥିବା ବେଳେ ଅନ୍ୟତମ ସମ୍ମାନୀତ ଅତିଥିଭାବେ ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରଦୀପ କୁମାର ଦାଶ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପରିବେଶର ସୁରକ୍ଷା ଓ ଏହାର ସନ୍ତୁଳନ ରଖିବାକୁ ହେଲେ କଣ ସବୁ ଆବଶ୍ୟକତା ରହିଛି ଏବଂ ମାନବ ସମାଜରେ ବୃକ୍ଷର କଣ ଭୂମିକା ରହିଛି ସେନେଇ ବିସ୍ତୃତ ଆଲୋଚନା କରିଥିଲେ । ଏହି ଅବସରରେ ଉକ୍ତ ବିଦ୍ୟାଳୟର ଷଷ୍ଠ ଶ୍ରେଣୀରୁ ଦଶମ ଶ୍ରେଣୀର ପ୍ରାୟ ୨୩ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ କନିଷ୍ଠ ଓ ବରିଷ୍ଠ ବିଭାଗ କରି “ବୃକ୍ଷ ଲଗାଅ ସ୍ୱଚ୍ଛ ନିଶ୍ଵାସ ନିଅ, ବୃକ୍ଷ ଲଗାଅ ସୁସ୍ଥ ଜୀବନ ବଢାଅ” ବିଷୟ ବସ୍ତୁ ନେ଼ଇ ଏକ ନିବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା ।

କନିଷ୍ଠ ବିଭାଗରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ସୋନାଲି ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସପ୍ତମ ଶ୍ରେଣୀ ଛାତ୍ରୀ ହର୍ଷିତା ହିମିରିକା ଦୂତୀୟ ଓ ସପ୍ତମ ଶ୍ରେଣୀ ଛାତ୍ର ସଞ୍ଜୟ ବାଗ ତୃତୀୟ ସ୍ଥାନ ଅଧିକାର ହାସଲ କରିଥିଲେ । ସେହିଭଳି ବରିଷ୍ଠ ବିଭାଗରେ ନବମ ଶ୍ରେଣୀ ଛାତ୍ରୀ ପ୍ରଜ୍ଞଶ୍ରୀ ନନ୍ଦ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀ ଶୁଭଶ୍ରୀ ପଣ୍ଡା ଓ ଦଶମ ଶ୍ରେଣୀ ଛାତ୍ରୀ ସୁଧାଂଶୁ ବାଳା ବାର୍ତ୍ତିଆ ମିଳିତ ଭାବେ ଦ୍ୱତୀୟ ସ୍ଥାନ ହାସଲ କରିଥିବା ବେଳେ ନବମ ଶ୍ରେଣୀ ଛାତ୍ରୀ ପ୍ରିୟଙ୍କା ପାଢ଼ୀ ତୃତୀୟ ସ୍ଥାନ ହାସଲ କରିଥିଲେ l ଉକ୍ତ ପ୍ରତିଯୋଗିତାରେ ବିଜୟ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥିଙ୍କ ଓ ସମ୍ମାନୀତ ଅତିଥିଙ୍କ ଦ୍ୱାରା ମାନପତ୍ର ଓ ଟ୍ରଫି ବିତରଣ କରାଯିବା ସହ ଏହି ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କଦ୍ୱାରା ମାନପତ୍ର ପ୍ରଦାନ ଯାଇଥିଲା ।

ଏହି ଅବସରରେ ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ, ରାୟଗଡା ଜିଲ୍ଲର ଉପସଭାପତି ସନ୍ତୋଷ ଲମତା, ସମ୍ପାଦକ ମନୋଜ କୁମାର ସାହୁ, ଉପଦେଷ୍ଟା କେ. କ୍ରିଷ୍ଣାମୂର୍ତ୍ତି, ଓ ସଭ୍ୟ ହରିନାରାୟଣ ଦାଶ ସହଯୋଗ କରିଥିବା ବେଳେ, ଉତ୍କଳ ଆଲୁମିନାର ରୋହିତ ଜେନା ଓ ସରସ୍ବତୀ ଶିଶୁ ମନ୍ଦିର ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଓ ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...