32.9 C
Balāngīr
Friday, April 25, 2025

ପରୀକ୍ଷା ପୂର୍ବରୁ ଅଘଟଣ : ଓଲଟିଲା ମାଟ୍ରିକ ପିଲାଙ୍କ ଗାଡି ,ଜଣେ ଛାତ୍ରୀ ଗୁରୁତର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡା, (୨୧/୦୨) : ଦୁର୍ଘଟଣାଗ୍ରସ୍ତ ହେଲା ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଗାଡି । କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ବଡ଼ ଦୁର୍ଘଟଣା ଘଟିଛି ।

୧୧ ଜଣ ପରୀକ୍ଷାର୍ଥୀଙ୍କୁ ନେଇ ପରୀକ୍ଷା କେନ୍ଦ୍ରକୁ ଆସୁଥିବା ବେଳେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ । ଦୁର୍ଘଟଣାରେ ଜଣେ ଛାତ୍ରୀ ଗୁରୁତର, ଆଉ କିଛି ଛାତ୍ର ସାମାନ୍ୟ ଆହତ ହୋଇଛନ୍ତି । ରାଜନଗର ବିବେକାନନ୍ଦ ହାଇସ୍କୁଲ ବାଘମାରିର ୧୨ଜଣ ପରୀକ୍ଷାର୍ଥୀ ଙ୍କୁ ନେଇ ଗାଡିଟି ବାଘମାରୀ ନାଗାନାରାୟଣ ସ୍କୁଲ ଆସୁଥିଲା । ସମସ୍ତଙ୍କୁ ଉଦ୍ଧାର କରାଯାଇ ତାଳଚୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । ସେହିପରି ଗୁରୁତର ଥିବା ଛାତ୍ରଛାତ୍ରୀଙ୍କୁ ଡାଙ୍ଗମାଳ ମେଡିକାଲରେ ଚିକିତ୍ସିତ କରାଯାଉଛି ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...