32.9 C
Balāngīr
Saturday, July 12, 2025

ପଲମା ପଞ୍ଚାୟତର ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

Must read

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା
କଲ୍ୟାଣସିଂହପୁର, (୭/୨) : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପଲମା ପଞ୍ଚାୟତର ସଦର ରେ ଥିବା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଆଡମ୍ବରରେ ପାଳନ କରାଯାଇଛି ।

ଏଥିରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅବୀମନ୍ୟୁ ଚୌଧରି ବୈଠକରେ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ ତଥା ସମ୍ମାନୀୟ ଅତିଥି ପ୍ରକଳ୍ପ ପ୍ରସାଶକ, ସମନ୍ୱିତ ଆଦିବାସୀ ଉନୟନ ସଂସ୍ଥା ରାୟଗଡ଼ା ପଦ୍ମଚରଣ ନାୟକ ଯୋଗଦେଇଥିଲେ । ମୁଖ୍ୟବକ୍ତା ଭାବେ ସି ଆଇ ରାୟଗଡା ଘନଶ୍ୟାମ ଭୂୟାଁ ର ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନିଲ ଖରା, ସ୍ୱତନ୍ତ୍ର ଅଧିକାରୀ ସଲମାନ ରାଇକା, ବ୍ଲକ ସମ୍ପ୍ରସାରଣ ଅଧିକାରୀ ଚନ୍ଦନ ଦାସ ବଙ୍ଗାରି, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସିପୁର ଗଙ୍ଗାଧର, ପଲମା ସରପଞ୍ଚ ଅମିତା ହିମିରିକା, ପଲମା ସମିତି ସଭ୍ୟ କ୍ରୀଷ୍ଣା ରାଓ କାରାକା ସଭାପତି ମୋ ସ୍କୁଲ ଅଭିଯାନ ନାବିଟି ଡମ୍ବୁରୁ ରହିଥିଲେ ।

ଏଥିରେ ଅତିଥି ମାନେ ଉପସ୍ଥିତ ଛାତ୍ର ଛାତ୍ରୀ, ଅଭିଭାବକ ମାନଙ୍କୁ ଶିକ୍ଷା ସହ କ୍ରୀଡ଼ାର ମଧ୍ୟ ଆବଶ୍ୟକ ରହିଛି ।କ୍ରୀଡା ଦ୍ୱାରା ଶାରୀରିକ, ମାନସିକ ଠିକ ରହିଲେ ପାଠ ପଢା ରେ ମନ ଲାଗିବ ବୋଲି କହିଛନ୍ତି । ଏଥିରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମଞ୍ଚ ପରିଚାଳନା କରିଥିଲେ । ସୁରିୟା ହୁଈକା ଓ ସମସ୍ତେ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ । ସନ୍ଧ୍ୟା ରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ସାଂକୃତିକ କାର୍ଯ୍ୟକ୍ରମ କରାଯାଇଛି । ଏଥିରେ ଆମନ୍ତ୍ରିତ ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ଓ ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଉପସ୍ଥିତ ରହିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...